ଥାନାଠାରୁ ଫାଣ୍ଡିର ଦୂରତା ୩୦ କି.ମି.

କୁଆମରା,୩୧ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ କୁଆମରା ଫାଣ୍ଡି ପ୍ରଶାସନିକ ଅବହେଳାର ଶିକାର ହୋଇଛି। କର୍ମଚାରୀ ଅଭାବରୁ ଏହି ଫାଣ୍ଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି। ଗୋପବନ୍ଧୁ ନଗର ବ୍ଲକର ଶେଷ ସୀମାରେ ଅବସ୍ଥିତ ଏହି ଫାଣ୍ଡିଟି ବହୁ ପୁରୁଣା। ଆରପଟା, କୁଆମରା, ପୁରୁଣା ବାରିପଦା, ସାଇଁକୁଳା ପଞ୍ଚାୟତ ଏହି ଫାଣ୍ଡି ଅଧୀନରେ ରହିଛି। ଫାଣ୍ଡିର ଜଣେ ଇନ୍ସପେକ୍ଟରଙ୍କ ସମେତ ୬ଜଣ କନଷ୍ଟେବଳ ପଦ ଥିବା ବେଳେ ଏବେ ଦୁଇ କନଷ୍ଟେବଳ ଓ ଜଣେ ଅଫିସରଙ୍କୁ ନେଇ କାର୍ଯ୍ୟ ଚାଲିଛି। ଦୁଇ ବର୍ଷ ହେବ ୪ କନଷ୍ଟେବଳ ପଦ ଫାଙ୍କା ପଡ଼ିଛି। ଖୁଣ୍ଟା ଥାନା ଅଧୀନରେ କୁଆମରା ଓ ଡୁକୁରା ଫାଣ୍ଡି ରହିଛି। କୁଆମରା ଫାଣ୍ଡିରେ ୫୦ ପ୍ରତିଶତ ମାମଲା ବର୍ଷକୁ ରୁଜୁ ହେଉଛି। ଏହି ଫାଣ୍ଡିଟି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତରେ ରହୁଥିବାରୁ ଏହାର ଯଥେଷ୍ଟ ଗୁରୁତ୍ୱ ରହିଛି। ୪ଟି ପଞ୍ଚାୟତର ୨୫ ହଜାରରୁ ଅଧିକ ଲୋକ ସଂଖ୍ୟା ଥିବା ବେଳେ କର୍ମଚାରୀ ଅଭାବରୁ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇ ଚାଲିଛି। ବିଗତ ବର୍ଷକ ମଧ୍ୟରେ ଅଞ୍ଚଳରେ ଚୋରି, ରାହାଜାନୀ, ଦୋକାନ ଲୁଟ ଭଳି ବିଭିନ୍ନ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଇଛି। ଥାନାଠାରୁ ଫାଣ୍ଡିର ଦୂରତ୍ୱ ୩୦ କି.ମି. ହୋଇଥିବାରୁ ଜରୁରୀ ସମୟରେ ପୋଲିସ ସେବା ମିଳି ପାରୁନାହିଁ। ୨୦୦୫ରେ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ନୂତନ ଫାଣ୍ଡି ଗୃହ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ମରାମତି ଅଭାବରୁ ଛାତରୁ ପାଣି ଗଳିବା ସହ ବିଭିନ୍ନ ସମୟରେ କଂକ୍ରିଟ ଖଣ୍ଡ ଖସୁଛି। ସେହିପରି ଗତବର୍ଷ ବାତ୍ୟାରେ ଉତ୍ତର ପାର୍ଶ୍ୱ ପାଚେରି ଭଶୁଡ଼ି ପଡ଼ିବା ଯୋଗୁ ଏବେ ଫାଣ୍ଡିର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥି ପାଇଁ କେନ୍ଦ୍ରୀୟ ଟିମ୍‌ ସମେତ ଜିଲାପାଳ ଓ ଏସ୍‌ପି ପରିଦର୍ଶନ କରି ଫେରିଥିଲେ ମଧ୍ୟ ଅଦ୍ୟାବଧି କିଛି ସୁଫଳ ମିଳିନାହିଁ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥି ପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri