କୁଆମରା,୩୧ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ କୁଆମରା ଫାଣ୍ଡି ପ୍ରଶାସନିକ ଅବହେଳାର ଶିକାର ହୋଇଛି। କର୍ମଚାରୀ ଅଭାବରୁ ଏହି ଫାଣ୍ଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି। ଗୋପବନ୍ଧୁ ନଗର ବ୍ଲକର ଶେଷ ସୀମାରେ ଅବସ୍ଥିତ ଏହି ଫାଣ୍ଡିଟି ବହୁ ପୁରୁଣା। ଆରପଟା, କୁଆମରା, ପୁରୁଣା ବାରିପଦା, ସାଇଁକୁଳା ପଞ୍ଚାୟତ ଏହି ଫାଣ୍ଡି ଅଧୀନରେ ରହିଛି। ଫାଣ୍ଡିର ଜଣେ ଇନ୍ସପେକ୍ଟରଙ୍କ ସମେତ ୬ଜଣ କନଷ୍ଟେବଳ ପଦ ଥିବା ବେଳେ ଏବେ ଦୁଇ କନଷ୍ଟେବଳ ଓ ଜଣେ ଅଫିସରଙ୍କୁ ନେଇ କାର୍ଯ୍ୟ ଚାଲିଛି। ଦୁଇ ବର୍ଷ ହେବ ୪ କନଷ୍ଟେବଳ ପଦ ଫାଙ୍କା ପଡ଼ିଛି। ଖୁଣ୍ଟା ଥାନା ଅଧୀନରେ କୁଆମରା ଓ ଡୁକୁରା ଫାଣ୍ଡି ରହିଛି। କୁଆମରା ଫାଣ୍ଡିରେ ୫୦ ପ୍ରତିଶତ ମାମଲା ବର୍ଷକୁ ରୁଜୁ ହେଉଛି। ଏହି ଫାଣ୍ଡିଟି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତରେ ରହୁଥିବାରୁ ଏହାର ଯଥେଷ୍ଟ ଗୁରୁତ୍ୱ ରହିଛି। ୪ଟି ପଞ୍ଚାୟତର ୨୫ ହଜାରରୁ ଅଧିକ ଲୋକ ସଂଖ୍ୟା ଥିବା ବେଳେ କର୍ମଚାରୀ ଅଭାବରୁ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇ ଚାଲିଛି। ବିଗତ ବର୍ଷକ ମଧ୍ୟରେ ଅଞ୍ଚଳରେ ଚୋରି, ରାହାଜାନୀ, ଦୋକାନ ଲୁଟ ଭଳି ବିଭିନ୍ନ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଇଛି। ଥାନାଠାରୁ ଫାଣ୍ଡିର ଦୂରତ୍ୱ ୩୦ କି.ମି. ହୋଇଥିବାରୁ ଜରୁରୀ ସମୟରେ ପୋଲିସ ସେବା ମିଳି ପାରୁନାହିଁ। ୨୦୦୫ରେ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ନୂତନ ଫାଣ୍ଡି ଗୃହ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ମରାମତି ଅଭାବରୁ ଛାତରୁ ପାଣି ଗଳିବା ସହ ବିଭିନ୍ନ ସମୟରେ କଂକ୍ରିଟ ଖଣ୍ଡ ଖସୁଛି। ସେହିପରି ଗତବର୍ଷ ବାତ୍ୟାରେ ଉତ୍ତର ପାର୍ଶ୍ୱ ପାଚେରି ଭଶୁଡ଼ି ପଡ଼ିବା ଯୋଗୁ ଏବେ ଫାଣ୍ଡିର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥି ପାଇଁ କେନ୍ଦ୍ରୀୟ ଟିମ୍ ସମେତ ଜିଲାପାଳ ଓ ଏସ୍ପି ପରିଦର୍ଶନ କରି ଫେରିଥିଲେ ମଧ୍ୟ ଅଦ୍ୟାବଧି କିଛି ସୁଫଳ ମିଳିନାହିଁ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥି ପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ
ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…
ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…
କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….
କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ
ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…
କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….
ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…
ରନ୍ଧନ ଗ୍ୟାସ୍ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ
ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍ ସମୟରେ ଗ୍ୟାସ୍ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…
Archives

