ଥାନାଠାରୁ ଫାଣ୍ଡିର ଦୂରତା ୩୦ କି.ମି.

କୁଆମରା,୩୧ା୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ କୁଆମରା ଫାଣ୍ଡି ପ୍ରଶାସନିକ ଅବହେଳାର ଶିକାର ହୋଇଛି। କର୍ମଚାରୀ ଅଭାବରୁ ଏହି ଫାଣ୍ଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି। ଗୋପବନ୍ଧୁ ନଗର ବ୍ଲକର ଶେଷ ସୀମାରେ ଅବସ୍ଥିତ ଏହି ଫାଣ୍ଡିଟି ବହୁ ପୁରୁଣା। ଆରପଟା, କୁଆମରା, ପୁରୁଣା ବାରିପଦା, ସାଇଁକୁଳା ପଞ୍ଚାୟତ ଏହି ଫାଣ୍ଡି ଅଧୀନରେ ରହିଛି। ଫାଣ୍ଡିର ଜଣେ ଇନ୍ସପେକ୍ଟରଙ୍କ ସମେତ ୬ଜଣ କନଷ୍ଟେବଳ ପଦ ଥିବା ବେଳେ ଏବେ ଦୁଇ କନଷ୍ଟେବଳ ଓ ଜଣେ ଅଫିସରଙ୍କୁ ନେଇ କାର୍ଯ୍ୟ ଚାଲିଛି। ଦୁଇ ବର୍ଷ ହେବ ୪ କନଷ୍ଟେବଳ ପଦ ଫାଙ୍କା ପଡ଼ିଛି। ଖୁଣ୍ଟା ଥାନା ଅଧୀନରେ କୁଆମରା ଓ ଡୁକୁରା ଫାଣ୍ଡି ରହିଛି। କୁଆମରା ଫାଣ୍ଡିରେ ୫୦ ପ୍ରତିଶତ ମାମଲା ବର୍ଷକୁ ରୁଜୁ ହେଉଛି। ଏହି ଫାଣ୍ଡିଟି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତରେ ରହୁଥିବାରୁ ଏହାର ଯଥେଷ୍ଟ ଗୁରୁତ୍ୱ ରହିଛି। ୪ଟି ପଞ୍ଚାୟତର ୨୫ ହଜାରରୁ ଅଧିକ ଲୋକ ସଂଖ୍ୟା ଥିବା ବେଳେ କର୍ମଚାରୀ ଅଭାବରୁ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇ ଚାଲିଛି। ବିଗତ ବର୍ଷକ ମଧ୍ୟରେ ଅଞ୍ଚଳରେ ଚୋରି, ରାହାଜାନୀ, ଦୋକାନ ଲୁଟ ଭଳି ବିଭିନ୍ନ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଇଛି। ଥାନାଠାରୁ ଫାଣ୍ଡିର ଦୂରତ୍ୱ ୩୦ କି.ମି. ହୋଇଥିବାରୁ ଜରୁରୀ ସମୟରେ ପୋଲିସ ସେବା ମିଳି ପାରୁନାହିଁ। ୨୦୦୫ରେ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ନୂତନ ଫାଣ୍ଡି ଗୃହ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ମରାମତି ଅଭାବରୁ ଛାତରୁ ପାଣି ଗଳିବା ସହ ବିଭିନ୍ନ ସମୟରେ କଂକ୍ରିଟ ଖଣ୍ଡ ଖସୁଛି। ସେହିପରି ଗତବର୍ଷ ବାତ୍ୟାରେ ଉତ୍ତର ପାର୍ଶ୍ୱ ପାଚେରି ଭଶୁଡ଼ି ପଡ଼ିବା ଯୋଗୁ ଏବେ ଫାଣ୍ଡିର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥି ପାଇଁ କେନ୍ଦ୍ରୀୟ ଟିମ୍‌ ସମେତ ଜିଲାପାଳ ଓ ଏସ୍‌ପି ପରିଦର୍ଶନ କରି ଫେରିଥିଲେ ମଧ୍ୟ ଅଦ୍ୟାବଧି କିଛି ସୁଫଳ ମିଳିନାହିଁ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥି ପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?