ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ସୀମାନ୍ତ ଗାଁ ପରିଦର୍ଶନ ପୂର୍ବରୁ ରାସ୍ତା ଅବରୋଧ କଲା ପ୍ରଶାସନ

ପଟ୍ଟାଙ୍ଗି,୧।୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଓଡ଼ିଶା ସୀମାନ୍ତ ଗ୍ରାମ ଗସ୍ତ ପୂର୍ବରୁ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ମାଟି ପକାଇ ରାସ୍ତା ଅବରୋଧ କରାଯାଇଛି। ଫଳରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୀମାନ୍ତ ଅଞ୍ଚଳ ଯିବାରେ ସମସ୍ୟା ଉପୁଜିଛି।

ମିଳିଥିବା ସୂଚନା ମୁତାବକ, କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ପଡୋଶୀ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତକୁ ଲାଗି ରହିଥିବା ଫଗୁଣସିନେରି ଓ ଫାଟୁସିନେରି ଦୁଇ ଗାଁକୁ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା ପରିଦର୍ଶନରେ ଆସି ରାଜ୍ୟର ସରକାରୀ ଯୋଜନା ସମ୍ପର୍କରେ ବୈଠକ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଭଳିସ୍ଥିତିରେ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଦୁଇ ଗାଁ ତଥା କୋଟିଆ ପଞ୍ଚାୟତଠାରୁ ଫଗୁଣସିନେରି ଏବଂ ଫାଟୁସିନେରିକୁ ସଂଯୋଗ କରୁଥିବା ରାସ୍ତାର ମାଡକାର ବ୍ରିଜ୍‌ ନିକଟ ଦୁଇଟି ସ୍ଥାନରେ ମାଟି ପକାଇ ରାସ୍ତା ଅବରୋଧ କରାଯାଇଛି। ଏପରି କି ଜାନିଗୁଡା ଗ୍ରାମ ନିକଟରେ ପୋଲିସ ଜଗି ରହିଛି।

ଖବର ସଂଗ୍ରହ ପାଇଁ ପଟ୍ଟାଙ୍ଗି ବ୍ଲକର ଗଣମାଧ୍ୟମ ପ୍ରତିନିଧି ଦୁଇ ଗାଁକୁ ଯାଉଥିବା ବେଳେ ଅବରୋଧ କରାଯାଇଥିବା ରାସ୍ତା ନିକଟରୁ ଫେରି ଆସିଛନ୍ତି। ରାସ୍ତା ଅବରୋଧ ସମ୍ପର୍କରେ କୋଟିଆ ଥାନା ଏସ୍‌ଆଇ ବିଷ୍ଣୁ ପ୍ରସାଦ ଦାସଙ୍କୁ ପଚାରିବାରୁ ମୁଁ କହିପାରିବି ନାହିଁ, ରାସ୍ତା ନିର୍ମାଣ କରୁଥିବା ଠିକାଦାର ଏଭଳି କରିଥିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri