ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ସୀମାନ୍ତ ଗାଁ ପରିଦର୍ଶନ ପୂର୍ବରୁ ରାସ୍ତା ଅବରୋଧ କଲା ପ୍ରଶାସନ

ପଟ୍ଟାଙ୍ଗି,୧।୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଓଡ଼ିଶା ସୀମାନ୍ତ ଗ୍ରାମ ଗସ୍ତ ପୂର୍ବରୁ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ମାଟି ପକାଇ ରାସ୍ତା ଅବରୋଧ କରାଯାଇଛି। ଫଳରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୀମାନ୍ତ ଅଞ୍ଚଳ ଯିବାରେ ସମସ୍ୟା ଉପୁଜିଛି।

ମିଳିଥିବା ସୂଚନା ମୁତାବକ, କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ପଡୋଶୀ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତକୁ ଲାଗି ରହିଥିବା ଫଗୁଣସିନେରି ଓ ଫାଟୁସିନେରି ଦୁଇ ଗାଁକୁ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡିକା ରାଜନା ଦୋରା ପରିଦର୍ଶନରେ ଆସି ରାଜ୍ୟର ସରକାରୀ ଯୋଜନା ସମ୍ପର୍କରେ ବୈଠକ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଭଳିସ୍ଥିତିରେ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଦୁଇ ଗାଁ ତଥା କୋଟିଆ ପଞ୍ଚାୟତଠାରୁ ଫଗୁଣସିନେରି ଏବଂ ଫାଟୁସିନେରିକୁ ସଂଯୋଗ କରୁଥିବା ରାସ୍ତାର ମାଡକାର ବ୍ରିଜ୍‌ ନିକଟ ଦୁଇଟି ସ୍ଥାନରେ ମାଟି ପକାଇ ରାସ୍ତା ଅବରୋଧ କରାଯାଇଛି। ଏପରି କି ଜାନିଗୁଡା ଗ୍ରାମ ନିକଟରେ ପୋଲିସ ଜଗି ରହିଛି।

ଖବର ସଂଗ୍ରହ ପାଇଁ ପଟ୍ଟାଙ୍ଗି ବ୍ଲକର ଗଣମାଧ୍ୟମ ପ୍ରତିନିଧି ଦୁଇ ଗାଁକୁ ଯାଉଥିବା ବେଳେ ଅବରୋଧ କରାଯାଇଥିବା ରାସ୍ତା ନିକଟରୁ ଫେରି ଆସିଛନ୍ତି। ରାସ୍ତା ଅବରୋଧ ସମ୍ପର୍କରେ କୋଟିଆ ଥାନା ଏସ୍‌ଆଇ ବିଷ୍ଣୁ ପ୍ରସାଦ ଦାସଙ୍କୁ ପଚାରିବାରୁ ମୁଁ କହିପାରିବି ନାହିଁ, ରାସ୍ତା ନିର୍ମାଣ କରୁଥିବା ଠିକାଦାର ଏଭଳି କରିଥିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri