ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କଲା ଜିଲା ପ୍ରଶାସନ

କୋରାପୁଟ/ପଟ୍ଟାଙ୍ଗୀ,୧୧ା୭(ସ୍ବ.ପ୍ର./ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର ବିରୋଧ କରି ଏହାକୁ ବନ୍ଦ କରିବା ଲାଗି ଉଦ୍ୟମ ଆରମ୍ଭ କରିଛି। ତେବେ ଏଦିଗରେ କୋରାପୁଟ ଜିଲା ପ୍ରଶାସନର ତତ୍ପରତା ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କରି ଦେଇଛି।

ଖବରରୁ ଜଣାପଡ଼ିଛି ଓଡ଼ିଶା ସରକାର ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମରେ ୮୮ଲକ୍ଷ ୯୮ହଜାର ଟଙ୍କା ମୂଲ୍ୟ ଅଟକଳରେ କୋଟିଆ ପଞ୍ଚାୟତର ନେରେଡିବାଲସାରେ ଥିବା ଆବାସିକ ବିଦ୍ୟାଳୟର ଏକ ଗୃହ ସେଠାରୁ ୫୦ ମିଟର ଦୂର ତାଡ଼ିବାଲସା ଗ୍ରାମରେ ନିର୍ମାଣ କାର୍ଯ୍ୟ କରୁଥିଲେ। ଏହା ଜାଣିବା ପରେ ଆନ୍ଧ୍ରର ସାଲୁରୁ ବ୍ଲକର ପ୍ରଶାସନିକ ଅଧିକାରୀମାନେ ପୋଲିସ ନେଇ ନିର୍ମାଣ ସ୍ଥଳରେ ପହଞ୍ଚତ୍ ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ସେଠାରେ କାର୍ଯ୍ୟ କରୁଥିବା ଠିକାଦାରଙ୍କୁ ତାଗିଦ କରିଥିଲେ । ଏହି ଘଟଣା ସମ୍ପୃକ୍ତ ଠିକାଦାର କୋରାପୁଟ ଜିଲା ପ୍ରଶାସନକୁ ଅବଗତ କରିବା ପରେ ଜିଲାପାଳ ଅବଦୁଲ ଅଖତାର ଅସନ୍ତୋଷ ପ୍ରକାଶ କରି ଏ ଦିଗରେ ପଦକ୍ଷେପ ନେବାକୁ ପଟ୍ଟାଙ୍ଗୀ ତହସିଲଦାର ହରିପଦ ମଣ୍ଡଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ମଣ୍ଡଳ ସ୍ଥାନୀୟ ପୋଲିସ ନେଇ ନିର୍ମାଣ ସ୍ଥଳରେ ପହଞ୍ଚତ୍ ଘଟଣା ସମ୍ପର୍କରେ ସମସ୍ତ ବିଷୟ ଠିକାଦାରଙ୍କଠାରୁ ଅବଗତ ହୋଇ ସେଠାରେ ଉପସ୍ଥିତ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ ପୋଲିସକୁ ଏହା ଓଡିଶା ସରକାରଙ୍କ କାର୍ଯ୍ୟ। କୋରାପୁଟ ଜିଲାପାଳଙ୍କ ନିର୍ଦ୍ଦେଶରେ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ଚାଲିଥିବା କହି ସମସ୍ତ ରେକର୍ଡ ପତ୍ର ଦେଖାଇଥିଲେ। ପରେ ଘଟଣା ସ୍ଥଳରୁ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ ପୋଲିସ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri