ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କଲା ଜିଲା ପ୍ରଶାସନ

କୋରାପୁଟ/ପଟ୍ଟାଙ୍ଗୀ,୧୧ା୭(ସ୍ବ.ପ୍ର./ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାକୁ ଲାଗି ରହିଥିବା କୋଟିଆ ପଞ୍ଚାୟତରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ସରକାରୀ ଗୃହ ନିର୍ମାଣ କାର୍ଯ୍ୟକୁ ଆନ୍ଧ୍ର ବିରୋଧ କରି ଏହାକୁ ବନ୍ଦ କରିବା ଲାଗି ଉଦ୍ୟମ ଆରମ୍ଭ କରିଛି। ତେବେ ଏଦିଗରେ କୋରାପୁଟ ଜିଲା ପ୍ରଶାସନର ତତ୍ପରତା ଆନ୍ଧ୍ରର ଷଡ଼ଯନ୍ତ୍ରକୁ ପଣ୍ଡ କରି ଦେଇଛି।

ଖବରରୁ ଜଣାପଡ଼ିଛି ଓଡ଼ିଶା ସରକାର ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମରେ ୮୮ଲକ୍ଷ ୯୮ହଜାର ଟଙ୍କା ମୂଲ୍ୟ ଅଟକଳରେ କୋଟିଆ ପଞ୍ଚାୟତର ନେରେଡିବାଲସାରେ ଥିବା ଆବାସିକ ବିଦ୍ୟାଳୟର ଏକ ଗୃହ ସେଠାରୁ ୫୦ ମିଟର ଦୂର ତାଡ଼ିବାଲସା ଗ୍ରାମରେ ନିର୍ମାଣ କାର୍ଯ୍ୟ କରୁଥିଲେ। ଏହା ଜାଣିବା ପରେ ଆନ୍ଧ୍ରର ସାଲୁରୁ ବ୍ଲକର ପ୍ରଶାସନିକ ଅଧିକାରୀମାନେ ପୋଲିସ ନେଇ ନିର୍ମାଣ ସ୍ଥଳରେ ପହଞ୍ଚତ୍ ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ସେଠାରେ କାର୍ଯ୍ୟ କରୁଥିବା ଠିକାଦାରଙ୍କୁ ତାଗିଦ କରିଥିଲେ । ଏହି ଘଟଣା ସମ୍ପୃକ୍ତ ଠିକାଦାର କୋରାପୁଟ ଜିଲା ପ୍ରଶାସନକୁ ଅବଗତ କରିବା ପରେ ଜିଲାପାଳ ଅବଦୁଲ ଅଖତାର ଅସନ୍ତୋଷ ପ୍ରକାଶ କରି ଏ ଦିଗରେ ପଦକ୍ଷେପ ନେବାକୁ ପଟ୍ଟାଙ୍ଗୀ ତହସିଲଦାର ହରିପଦ ମଣ୍ଡଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ମଣ୍ଡଳ ସ୍ଥାନୀୟ ପୋଲିସ ନେଇ ନିର୍ମାଣ ସ୍ଥଳରେ ପହଞ୍ଚତ୍ ଘଟଣା ସମ୍ପର୍କରେ ସମସ୍ତ ବିଷୟ ଠିକାଦାରଙ୍କଠାରୁ ଅବଗତ ହୋଇ ସେଠାରେ ଉପସ୍ଥିତ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ ପୋଲିସକୁ ଏହା ଓଡିଶା ସରକାରଙ୍କ କାର୍ଯ୍ୟ। କୋରାପୁଟ ଜିଲାପାଳଙ୍କ ନିର୍ଦ୍ଦେଶରେ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ଚାଲିଥିବା କହି ସମସ୍ତ ରେକର୍ଡ ପତ୍ର ଦେଖାଇଥିଲେ। ପରେ ଘଟଣା ସ୍ଥଳରୁ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ ପୋଲିସ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?