ଆନ୍ଧ୍ର ଲିଭାଇଥିବା ନାମଫଳକ ଲେଖିଲା ଜିଲା ପ୍ରଶାସନ

ପଟ୍ଟାଙ୍ଗୀ,୧।୧୦(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ଦୁଇଟି ସ୍ଥାନରେ ଓଡ଼ିଶା ସରକାରଙ୍କ ରହିଥିବା ଓଡ଼ିଆ ନାମଫଳକକୁ ଆନ୍ଧ୍ର ମଙ୍ଗଳବାର ଲିଭାଇ ଦେଇଥିଲା। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। କୋରାପୁଟ ଜିଲା ପ୍ରଶାସନ ମଧ୍ୟ ଏହାକୁ ଗୁରୁତର ସହ ନେଇଥିଲା। ଜିଲାପାଳ ଅବ୍‌ଦଲ ଏମ୍‌. ଅଖତର ତୁରନ୍ତ ଏହାର ତଦନ୍ତ କରି ଏହି ଓଡ଼ିଆ ନାମଫଳକ ଲେଖିବାକୁ ପଟ୍ଟାଙ୍ଗୀ ଏବିଡିଓ କୃଷ୍ଣଚନ୍ଦ୍ର ବିଶ୍ୱାସ ରାଏଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏବିଡିଓ ରାଏ, କନିଷ୍ଠଯନ୍ତ୍ରୀ ଅଜୟ ରାମ ତରାଇ, ଏପିଓ ସୌମେନ୍ଦ୍ର ନାୟକ, ପିଇଓ ନବ ହନ୍ତାଳ ପ୍ରମୁଖ କୋଟିଆ ଯାଇ ଗୁରୁବାର ଲିଭାଯାଇଥିବା ଏହି ଓଡ଼ିଆ ନାମଫଳକଗୁଡ଼ିକୁ ଲେଖିଛନ୍ତି। ଜିଲାପାଳଙ୍କ ଏପରି ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ସୂଚନାଯୋଗ୍ୟ, କୋଟିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗତ ଏପ୍ରିଲ ୧ରେ କୋରାପୁଟ ଜିଲା ପ୍ରଶାସନ ଓ ପଟ୍ଟାଙ୍ଗୀ ବ୍ଲକ ପ୍ରଶାସନ ସହଯୋଗରେ ଏହି ଓଡ଼ିଆ ନାମଫଳକ ଲଗାଯାଇଥିଲା । ଆନ୍ଧ୍ର ସରକାରଙ୍କ କେତେଜଣ କର୍ମଚାରୀ ମଙ୍ଗଳବାର କୋଟିଆରେ ପହଞ୍ଚତ୍ କେତେକ ଗ୍ରାମରେ ତେଲୁଗୁ ନାମଫଳକ ଲଗାଇବା ସହ ନେରେଡିବାଲସା ଓ ତାଡ଼ିବାଲାସା ଗ୍ରାମରେ ଥିବା ଓଡ଼ିଆ ନାମଫଳକକୁ ଲିଭାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?