ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ପୁରୀ ଅଫିସ, ୧୬।୧୨:ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରେ ଖୋଲିବ। ଏ ନେଇ ନିକଟରେ ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ନିଷ୍ପତ୍ତି ହୋଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଥିଲେ। ବର୍ତ୍ତମାନ ମନ୍ଦିର ଯଦି ଖୋଲିବ କିଭଳି କଟକଣା ରହିବ ସେ ନେଇ ବାରମ୍ବାର ଆଲୋଚନା ଚାଲିଛି। ମୁଖ୍ୟତଃ ମନ୍ଦିରରେ ଭକ୍ତଙ୍କ ଦର୍ଶନ ନେଇ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ସିଷ୍ଟମ) କ’ଣ ରହିବ ତା’ ଉପରେ ଆଲୋଚନା ହୋଇଛି। ବୁଧବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ପୁଣି ବୈଠକ ବସିଥିଲା। ଏଥିରେ ଜିଲାପାଳ ବଲୱନ୍ତ ସିଂ, ଏସ୍‌ପି କନୱର ବିଶାଲ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ୨୩ରେ ମନ୍ଦିର ଖୋଲିବା ଉପରେ ସବୁ ଦ୍ୱାରରେ କିଭଳି ବ୍ୟବସ୍ଥା ରହିବ ସେସବୁର ଜିଲାପାଳ ତଦାରଖ କରିଛନ୍ତି। ଜିଲାପାଳ ଶ୍ରୀମନ୍ଦିର ଚାରିପାଖ ବୁଲି ପ୍ରସ୍ତୁତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ଏଥିସହ ଦିନକୁ ମନ୍ଦିରରେ କେତେ ଲୋକ ପ୍ରବେଶ କରିବେ, ଏକକାଳୀନ କେତେ ଲୋକଙ୍କୁ ଅନୁମତି ଦିଆଯିବ, ସ୍ଥାନୀୟ ଲୋକେ କେଉଁ ଆଧାରରେ ଦର୍ଶନ କରିବେ, ମାସ୍କ, ସାନିଟାଇଜ ବ୍ୟବହାରର ତଦାରଖ କିଏ କରିବ ଆଦି ଉପରେ ଆଲୋଚନା ହୋଇଛି। କୋଭିଡ୍‌ କଟକଣା କିପରି ପାଳନ ହେବ ଏବଂ ଏହାକୁ କେଉଁମାନେ ନିୟନ୍ତ୍ରଣ କରିବେ ସେନେଇ ମଧ୍ୟ ଆଲୋଚନା କରାଯାଇଛି। ସେହିପରି ଜୋତା ଓ ମୋବାଇଲ ଫୋନ୍‌ ଷ୍ଟାଣ୍ଡ, ପାର୍କିଂ ବ୍ୟବସ୍ଥା ଆଦି ଉପରେ ଆଲୋଚନା ହୋଇଛି। ଖୁବଶୀଘ୍ର ଏସ୍‌ଓପି ପ୍ରସ୍ତୁତ କରାଯାଇ ରାଜ୍ୟ ସରକାରଙ୍କ ନିକଟକୁ ପଠାଯିବ ବୋଲି ଜଣାପଡ଼ିଛି।
ଅନ୍ୟପକ୍ଷରେ ମନ୍ଦିର ଚାରିପଟେ ଶେଡ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବରୁ ସାଧାରଣ ଶେଡ୍‌ ପ୍ରସ୍ତୁତ ହୋଇଥିବା ବେଳେ ଏବେ ନୂତନ ଶେଡ୍‌ କାମ ଚାଲିଛି। ଏହାକୁ ନେଇ ବିରୋଧ ମଧ୍ୟ ହେଲାଣି। ଜନସାଧାରଣଙ୍କ ଯିବାଆସିବା ରାସ୍ତାରେ ପ୍ରଶାସନ ନିୟମ ଉଲ୍ଲଂଘନ କରି କାହିଁକି ଶେଡ୍‌ କରୁଛି ବୋଲି ଜିଲାପାଳଙ୍କ ନିକଟରେ ମଧ୍ୟ କେତେଜଣ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri