ଅପରେଶନ ପାଇଁ ଲାଞ୍ଚ ମାଗିବାରୁ ଉତ୍ତେଜନା, ସିଡିଏମ୍‌ଓଙ୍କୁ ଘେରାଉ କଲା ଜିଲା ଓକିଲ ସଂଘ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥିଶଲ୍ୟ ବିଭାଗର ଡାକ୍ତର ଅନିଲ କୁମାର ପଣ୍ଡା ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ ଅର୍ଥ ମାଗିବା ଘଟଣାକୁ ନେଇ ମେଡିକାଲ ପରସରରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନାରେ ଅପରେଶନ ସୁବିଧା ନ ଥିବା କହି ଏକ ଘରୋଇ ଡାକ୍ତରଖାନାକୁ ଯିବା ପାଇଁ କହିଥିଲେ ଏବଂ ବିଜୁ ସ୍ବାସ୍ଥ୍ୟକାର୍ଡରେ ଝିଅର ନାମ ନ ଥିବାରୁ ଏଥିପାଇଁ ୪୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି କହିଥିଲେ।

ଘଟଣାରୁ ପ୍ରକାଶ ଯେ, ବାଂଶପାଳ ବ୍ଲକ ମେଦିନପୁର ଗ୍ରାମର ଜଳଧର ମୁଣ୍ଡା ତାଙ୍କ ୨ ବର୍ଷର ଝିଅ ଲିପ୍‌ସାଙ୍କ ହାତ ଅପରେଶନ ପାଇଁ ଗତ ୨୦ ତାରିଖରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଶିଶୁକନ୍ୟାଟିର ଡାହାଣ ହାତରେ ୬ଟି ଆଙ୍ଗୁଳି ଥିବାରୁ ଗୋଟିଏ ଆଙ୍ଗୁଳି ଅପରେଶନ କରିବା ପାଇଁ ଆସିଥିଲେ। ସେ ଜଣେ ଗରିବ ଶ୍ରେଣୀର ହୋଇଥିବାରୁ ମେଡିକାଲରେ ଚିକିତ୍ସା କରିବା ପାଇଁ କହିଥିଲେ। କିନ୍ତୁ ଏଠାରେ ସୁବିଧା ନ ଥିବା ଦର୍ଶାଇ ଡାକ୍ତର ପଣ୍ଡା ଘରୋଇ ଡାକ୍ତରଖାନାକୁ ପଠାଇବା ପାଇଁ କହିଥିଲେ ବୋଲି ଅଭିଯୋଗ ହୋଇଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡରେ ଝିଅର ନାମ ନ ଥିବାରୁ ତୁମ ଝିଅର ଅପରେଶନ ପାଇଁ ୪୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି କହିଥିଲେ। ଝିଅଙ୍କ ମା’ ସୌଦାମିନୀ ୪/୫ହଜାର ଟଙ୍କା ଦେବେ ବୋଲି କହିବାରୁ ଡାକ୍ତର ଅପରେଶନ କରିବାକୁ ମନା କରିଥିଲେ। ଜଣେ ଗରିବ ଆଦିବାସୀ ଲୋକ ଅର୍ଥ ଅଭାବରୁ ତାଙ୍କ ଝିଅର ଅପରେଶନ କରିପାରୁ ନ ଥିବା ଜାଣିବା ପରେ ଜିଲା ଓକିଲ ସଂଘର ସଭାପତି ଆଶିଷ ଚକ୍ରବର୍ତ୍ତୀ, ସମ୍ପାଦକ ସଞ୍ଜିତ୍‌ ଦାସ ଏବଂ ଅନ୍ୟ କର୍ମକର୍ତ୍ତାମାନେ ପହଞ୍ଚି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କିଶୋର କୁମାର ପୃଷ୍ଟିଙ୍କୁ ଘେରାଉ କରିବା ସହ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଏବଂ ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଅଶ୍ୱିନୀ ଦେ ଜିଲା ଓକିଲ ସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଶିଶୁଟିର ମାଗଣାରେ ଅପରେଶନ କରାଯିବା ସହ ଡିଏମଏଫ୍‌ରେ ନିଯୁକ୍ତି ପାଇଥିବା ଡାକ୍ତର ପଣ୍ଡାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri