ଆଜିଠୁ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି

ଖୋର୍ଦ୍ଧା ଅଫିସ,୧୮ା୪: ଦୁଇବର୍ଷ ପରେ ଖୋଲିବ ଅଭିଯୋଗ ପ୍ରକୋଷ୍ଠ। ସୋମବାରଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ହେବ। ଏଣିକି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ସରକାରୀ ଅଧିକାରୀ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ସମସ୍ତ ଜିଲାପାଳ ଏବଂ ଏସ୍‌ପିଙ୍କ ସମେତ ବିଭାଗୀୟ ମୁଖ୍ୟଙ୍କୁ ଅବଗତ କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ୨୦୨୦ ମାର୍ଚ୍ଚ ୧୩ରୁ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା। ଏହି ସମୟରେ ଅନ୍‌ଲାଇନ ପୋର୍ଟାଲରେ ଅଭିଯୋଗ ଶୁଣାଣି ହେଉଥିଲା। ଜିଲା ପ୍ରଶାସନ ପକ୍ଷରୁ ହ୍ବାଟ୍‌ସଆପ୍‌, ଇମେଲରେ ଅଭିଯୋଗ ଶୁଣାଣି ହେଉଥିଲା। ଗୃହ ବିଭାଗର ଚିଠି ପରେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ସମସ୍ତ ସରକାରୀ କାର୍ଯ୍ୟାଳୟରେ ଜନଶୁଣାଣି ଲାଗି ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପରାମର୍ଶ ଦେଇଛନ୍ତି। ଲୋକଙ୍କ ଅଭିଯୋଗ ଶୁଣାଣି ସହ ତ୍ୱରିତ ସମାଧାନ ଲାଗି ଜିଲାପାଳ ତାଗିଦ୍‌ କରିଛନ୍ତି। ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ଆବଶ୍ୟକ ବ୍ୟବସ୍ଥା କରିବାକୁ କୁହାଯାଇଛି। ୧୮ ତାରିଖ ସକାଳ ୮ଟାରୁ ଖୋର୍ଦ୍ଧା ବ୍ଲକରେ ଅଭିଯୋଗ ଶୁଣାଣି କରାଯିବ। ୨୫ ତାରିଖ ସକାଳ ୯ଟାରୁ ବାଲିପାଟଣା ବ୍ଲକ, ମେ ୨ତାରିଖ ସକାଳ ୯ଟାରୁ ବୋଲଗଡ଼ ବ୍ଲକ, ୯ତାରିଖ ସକାଳ ୯ଟାରୁ ବାଲିଅନ୍ତା ବ୍ଲକ, ୧୭ ତାରିଖ ସକାଳ ୯ଟାରୁ ଟାଙ୍ଗୀ ବ୍ଲକ, ୨୩ତାରିଖ ସକାଳ ୯ଟାରୁ ଜଟଣୀ ବ୍ଲକ, ୩୧ ତାରିଖ ସକାଳ ୯ଟାରୁ ବାଣପୁର ବ୍ଲକ, ଜୁନ ୬ତାରିଖ ସକାଳ ୮ଟାରୁ ଖୋର୍ଦ୍ଧା ବ୍ଲକ, ୧୩ ତାରିଖ ସକାଳ ୯ଟାରୁ ଚିଲିକା ବ୍ଲକ, ୨୦ତାରିଖ ୧୦ଟା ୩୦ରୁ ଭୁବନେଶ୍ୱର ବ୍ଲକ ଏବଂ ୨୭ତାରିଖ ୧୦ଟା ୩୦ରୁ ବାଲିପାଟଣା ବ୍ଲକରେ ଅଭିଯୋଗ ଶୁଣାଣି କରାଯିବ। ଉପରୋକ୍ତ ତାରିଖ ଓ ସମୟରେ ଅଭିଯୋଗକାରୀମାନେ ସମ୍ପୃକ୍ତ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ ଦାଖଲ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri