ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ

ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା। କୋରାପୁଟ ଜିଲା ତଥା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଦେଓମାଳି ପର୍ବତ ଶିଖରରୁ ଏହି ପ୍ରୟାସ ଆରମ୍ଭ ହୋଇଛି।

ସୂଚନାନୁଯାୟୀ, ନିର୍ବାଚନ ତାରିଖ ଘୋଷଣା ହେବା ପରଠାରୁ ସରକାରୀ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଜିଲାର ସମସ୍ତ ବ୍ଲକ ପ୍ରଶାସନ ନିଜ ନିଜ ଅଞ୍ଚଳରେ ଭୋଟରଙ୍କୁ ମତଦାନର ମହାନତା ଓ ମୂଳ ସମ୍ପର୍କରେ ସଚେତନତା କରାଇ କାର୍ଯ୍ୟକ୍ରମ ଜାରି ରଖିଥିଲେ। ଭୋଟରଙ୍କୁ ସଚେତନତା କରାଇବାର ଅନ୍ତିମ ତଥା ଶେଷ ଦିନରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏକ ଅଭିନବ ପ୍ରୟାସ ମାଧ୍ୟମରେ  ଦେଓମାଳି ପର୍ବତ ଉପରେ ଜିଲାର ସମସ୍ତ ସରକାରୀ କର୍ମଚାରୀ, ଅଧିକାରୀ ସ୍ଥାନୀୟ କଲେଜ ଛାତ୍ରୀଛାତ୍ର ଓ ଥୁରିଆ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ ଏକତ୍ରିତ ହୋଇ ଆସୁଥିବା ନିର୍ବାଚନରେ କିପରି ନିଜ ନିଜର ମତଦାନ ସାବ୍ୟସ୍ତ କରି ଦେଶର ସମ୍ମାନ ବଜାୟ ରଖିବା ନେଇ ସଚେତନତା ବାର୍ତ୍ତା ଲେଖି ଭୋଟରଙ୍କୁ ସଚେତନତାର ଆହ୍ବାନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଉପଜିଲାପାଳ ବେଣୁଧର ଶବର, ପଟ୍ଟାଙ୍ଗି ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କ ସମେତ ବ୍ଲକର କାର୍ଯ୍ୟାଳୟର ଏପିଓ ସୌମେନ୍ଦ୍ର ନାୟକ ଏବଂ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri