ରାୟଗଡ଼ାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ରାୟଗଡ଼ା,୨୬ା୧(ସ୍ବ.ପ୍ର.): ରାୟଗଡ଼ା ସଦର ମହକୁମା ଜିସିଡି ପଡ଼ିଆଠାରେ ୭୪ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲାପାଳ ସଧା ଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ପରେ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏଥିରେ ଅଭିଭାଷଣ ଦେଇ ଜିଲାପାଳ କହିଥିଲେ, ଦେଶ ଓ ରାଜ୍ୟର ପ୍ରଗତି ହେଉଛି। ଓଡ଼ିଶା ଅନେକ ପ୍ରାକୃତିକ ବିପର୍ଯ୍ୟୟ ଶିକାର ହୋଇଛି। ଫଳରେ ଅର୍ଥନୈତିକ ଅସୁବିଧା ଉପୁଜୁଛି। ତଥାପି ରାଜ୍ୟ ସରକାରଙ୍କ ବଳିଷ୍ଠ ପଦକ୍ଷେପ ଯୋଗୁ ରାଜ୍ୟ ବିକାଶ ପଥରେ ଆଗେଇଛି। ଏହି କାର୍ଯ୍ୟକ୍ରମରେ ୨୫ଟି ଦଳ ଦ୍ବାରା ପରେଡ ପ୍ରଦର୍ଶନ ହୋଇଥିବା ବେଳେ ୬ଟି ସାଂସ୍କୃତିକ ଦଳ ନୃତ୍ୟ ଓ ସଙ୍ଗୀତ ପ୍ରଦର୍ଶନ କରିଥିଲେ। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଛାତ୍ରୀଛାତ୍ରଙ୍କୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକ ମକରନ୍ଦ ମୁଦୁଲି, ଏସ୍‌ପି ବିବେକାନନ୍ଦ ଶର୍ମା, ଅତିରିକ୍ତ ଏସ୍‌ପି ରାଜ ପ୍ରସାଦ, ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ଉପଜିଲାପାଳ ଭୀମସେନ ଶବର, ଜିଲା ପରିଷଦ ନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରିପାଠୀ, ଜିଲା ମଙ୍ଗଳ ଅଧିକାରୀ ଅଶୋକ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ପ୍ରଶାସନ ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ପରିଚାଳନା କରିଥିବା ବେଳେ ବିଭାଗୀୟ ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?