ସ୍ବତନ୍ତ୍ର ବିଦ୍ୟାଳୟରେ ତ୍ରିରଙ୍ଗା ଉଡ଼ାଇଲେ ଜିଲାପାଳ

ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଜିଲା ସ୍ବତନ୍ତ୍ର ବିଦ୍ୟାଳୟ ଆଶାକିରଣରେ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାପାଳ ଡ. କମଳଲୋଚନ ମିଶ୍ର ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ପିଲାମାନଙ୍କୁ ସେମାନଙ୍କ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବଣ୍ଟନ କରିଥିଲେ। ପିଲାମାନଙ୍କ ସହ ଦୀର୍ଘ ସମୟ ବିତାଇ ସେମାନଙ୍କୁ ଉତ୍ସାହିତ କରିଥିଲେ। ପରେ ସ୍ଥାନୀୟ ବିଧାୟକ ସଦାଶିବ ପ୍ରଧାନୀ ନିଜ କର୍ମୀମାନଙ୍କ ସହ ହଷ୍ଟେଲ ପରିଦର୍ଶନ କରିଥିଲେ। ଏହା ଉପରେ ଆଉ ଏକ ନୂତନ ଘର ନିର୍ମାଣ ପାଇଁ ସେ ପ୍ରତିଶ୍ରୁତି ଦେଇଥିଲେ। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଧନୁର୍ଜୟ ରାଓ, ବରିଷ୍ଠ କିରାଣି ବୃନ୍ଦାବନ ବେବର୍ତ୍ତା, ଆଶାକିରଣ ଅଧ୍ୟକ୍ଷ ଜଗନ୍ନାଥ ବେହେରାଙ୍କ ସହିତ ବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?