ଗଞ୍ଜାମବାସୀଙ୍କ ମଙ୍ଗଳକାମନା କଲେ ଜିଲାପାଳ: ମା’ ତାରାତାରିଣୀଙ୍କୁ ଚଢ଼ାଇଲେ ଲକ୍ଷେ ୮ ବେଲପତ୍ର

ପୁରୁଷୋତ୍ତମପୁର,୧୧।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ବିଶ୍ୱର କଲ୍ୟାଣ ଲାଗି ବିଶ୍ବଶାନ୍ତି ମହାଯଜ୍ଞ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ରାତିରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ପହଞ୍ଚି ପୂର୍ଣ୍ଣାହୁତିରେ ଯୋଗଦେଇ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ପୂଜାର୍ଚ୍ଚନାକରି ବେଲପତ୍ର ଚଢାଇଥିଲେ। ସମଗ୍ର ଗଞ୍ଜାମବାସୀଙ୍କ ମଙ୍ଗଳକାମନା କରିବା ସହ ସମାଜର ମଙ୍ଗଳ କାମନା କରିଥିଲେ। ଜିଲା ବ୍ରାହ୍ମଣ ପୂରୋହିତ ସମିତି ଓ ତାରାତାରିଣୀ ସେବାୟତସଂଘ ପକ୍ଷରୁ ଏହି ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଥିଲା । ମା’ ତାରାତାରିଣୀଙ୍କୁ ପ୍ରଥମେ ଲକ୍ଷେ ୮ ବେଲପତ୍ର ଚଢାଯିବା ପରେ ଘୃତଯଜ୍ଞ ଓ ଅନ୍ନଯଜ୍ଞ ହୋଇଥିଲା । ବିଶ୍ବର କଲ୍ୟାଣ କରିବା ଓ ପ୍ରାକୃତିକ ବିପର୍ଯ୍ୟୟରୁ ବିଶ୍ବକୁ ରକ୍ଷାକରିବା ସହ ସମସ୍ତଙ୍କୁ ନିରୋଗୀ ରଖିବା ପାଇଁ ବ୍ରାହ୍ମଣ ଓ ସେବାୟତ ମାନେ ମା’ଙ୍କୁ ଆରାଧନା କରିଥିଲେ । ଏଭଳି ବିଶ୍ୱଶାନ୍ତି ମହାଯଜ୍ଞ କାର୍ଯ୍ୟକ୍ରମକୁ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରକାରର ସହଯୋଗ କରାଯାଇଥିଲା । ଏଥିରେ ଜିଲା ପୂରୋହିତ ସମିତର ସଭାପତି ପଣ୍ଡିତ ନୀଳମାଧବ ତ୍ରୀପାଠୀ, ସେବାୟତ ବାପୁଜି ରଣା, ତପନ ରଣାଙ୍କ ସମେତ ବହୁ ପଣ୍ଡିତ ବ୍ରାହ୍ମଣ ଓ ସେବାୟତମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri