ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟର ଅନୁଧ୍ୟାନ କଲେ ଜିଲାପାଳ

ରାୟଗଡ଼ା ଅଫିସ/ଗୁଡାରି (ଡି.ଏନ୍‌.ଏ.)୧୭।୪:  ରାୟଗଡ଼ା ଜିଲାପାଳ ସରୋଜ କୁମାର ମିଶ୍ର ଶନିବାର ଗୁଡାରି ବ୍ଲକ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ସେହିପରି ୫-ଟି ଅଧୀନରେ ଚାଲିଥିବା ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି।
ଗୁଡ଼ାରି ବ୍ଲକ ମଧୁବନ ପଞ୍ଚାୟତର ବଲିଗୁଡ଼ା ଗ୍ରାମକୁ ଯାଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଚାଲିଥିବା ପୋଖରୀ କାମ ଓ ମିଶନ ଶକ୍ତି ଗୃହ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ। ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ସଭାପତି, ସମ୍ପାଦକ ଓ ଗ୍ରାମବାସୀଙ୍କ ସହ ଆଲୋଚନା କରି ବିଭିନ୍ନ ଅଭିଯୋଗ ଶୁଣିଥିଲେ। ମଧୁବନ ପଞ୍ଚାୟତର ସରପଞ୍ଚଙ୍କ ସହ ପାନୀୟ ଜଳ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ଏହାପରେ ଜିଲାପାଳ ବ୍ଲକର ୬ ସ୍କୁଲ ଯଥା ଅଶଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟ, ସିରିଗୁଡ଼ି ପଞ୍ଚାୟତର ପାଞ୍ଚାୟତର ଭୁରୁକୁଡ଼ି ଏନ୍‌ଏସ୍‌ବି ହାଇସ୍କୁଲ, କଦମା ହାଇସ୍କୁଲ, ଏମ୍‌.କେ. ରାୟ ପାଞ୍ଚାୟତର ଗିରିଧାରି ହାଇସ୍କୁଲ, ଗୁଡ଼ାରୀ ସରକାରୀ ହାଇସ୍କୁଲ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରି ରୂପାନ୍ତରୀକରଣ କାର୍ଯ୍ୟର ତଦାରଖ କରିଥିଲେ। ସ୍କୁଲର ଭିତ୍ତିଭୂମି ଉନ୍ନତମାନର କରିବା ନିମନ୍ତେ ବିଶେଷକରି ସ୍ମାର୍ଟ ଶ୍ରେଣୀଗୃହ, ବିଜ୍ଞାନଗାର, ପାଠାଗାର, ଖେଳପଡ଼ିଆ ଆଦି ବ୍ୟବସ୍ଥା କରାଯିବl ଉପରେ ଗୁରୁତ୍ୱାରୋପ କରିଥିଲେ। ଶୀଘ୍ର ନିର୍ମାଣ କାର୍ଯ୍ୟ ସାରିବାକୁ ପରାମର୍ଶ ଦେଇଥିଲେ। ଏହି ସମୟରେ ସ୍କୁଲଗୁଡ଼ିକର ପ୍ରଧାନ ଶିକ୍ଷକ ଓ ପୁରାତନ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ। ଜିଲାପାଳଙ୍କ ଗସ୍ତବେଳେ ଗୁଡ଼ାରୀ ବିଡିଓ ନୃସିଂହ ଚରଣ ସେଠୀ, ଡିଇଓ ପୂର୍ଣ୍ଣଚନ୍ଦ୍ର ବାରିହା, ଗୁଡ଼ାରୀ ତହସିଲଦାର, ଏନ୍‌ଏସି ନିର୍ବାହୀ ଅଧିକାରୀ, ଏଇଇ, ସମ୍ପୃକ୍ତ ପଞ୍ଚାୟତଗୁଡ଼ିକର ପିଇଓ, ସ୍କୁଲର ପ୍ରଧାନ ଶିକ୍ଷକ ଏବଂ ଶିକ୍ଷା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri