ଭୁବନେଶ୍ୱର,୨୦ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା(ପିଏମ୍ଜିଏସ୍ଓ୍ବାଇ) କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଗତ ୪ ବର୍ଷ ଧରି ଓଡ଼ିଶା ପ୍ରଥମ ସ୍ଥାନ ବଜାୟ ରଖିପାରିଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ସୂଚନା ଦିଆଯାଇଛି। ସବୁ ଜିଲାରେ ପ୍ରତ୍ୟେକ ପ୍ରକଳ୍ପ ବିଶେଷ କରି ମାଓବାଦୀପ୍ରବଣ ଜିଲା ପାଇଁ ମାଇକ୍ରୋ ପ୍ଲାନ୍ ପ୍ରସ୍ତୁତ କରିବାକୁ ଜିଲାପାଳ, ଏସ୍ପି ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଠିକାଦାରମାନେ ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। କ୍ଷେତ୍ରସ୍ତରରେ ସମସ୍ତ ସହଯୋଗ ଯୋଗାଇ ଦେବାକୁ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୈଠକରେ ସୂଚନା ଦେଇଛନ୍ତି।
ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ସଡ଼କ ସଂଯୋଗ ସରକାରଙ୍କ ମୁଖ୍ୟ ପ୍ରାଥମିକତା। ପିଏମ୍ଜିଏସ୍ଓ୍ବାଇ, ଉପାନ୍ତ ସେତୁ ଯୋଜନା ଏବଂ ବିଜୁ ସେତୁ ଯୋଜନା ପାଇଁ ଅର୍ଥର ଅଭାବ ରହିବ ନାହିଁ। ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ପୋଲିସ, ପୂର୍ତ୍ତ ବିଭାଗ ଯନ୍ତ୍ରୀ ଏବଂ ଠିକାଦାରଙ୍କୁ ପରାମର୍ଶ ଦେଇଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ଉପେନ୍ଦ୍ର କୁମାର ମୁଣ୍ଡ ବାର୍ଷିକ ଆକ୍ସନ ପ୍ଲାନ୍ ବିଷୟରେ ସୂଚନା ଦେଇଛନ୍ତି। ୨୦୨୧-୨୨ରେ ୨୦୯୫ କିଲୋମିଟର ରାସ୍ତା ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏବେ ସୁଦ୍ଧା ୧୫୦୦ କି.ମି. ରାସ୍ତା ନିର୍ମାଣ ଶେଷ ହୋଇ ସାରିଲାଣି। ବଳକା ରାସ୍ତା ମଧ୍ୟରୁ ମାଓବାଦୀ ପ୍ରବଣ ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଜିଲାରେ ୨୫୦ କି.ମି. ରାସ୍ତା ରହିଛି। ପୋଲିସ ସହାୟତାରେ ସେଠାରେ ଠିକାଦାରମାନେ ରାସ୍ତା ନିର୍ମାଣ କରୁଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ସୁଦର୍ଶନ ପଣ୍ଡା ବୈଠକରେ ସୂଚନା ଦେଇ କହିଛନ୍ତି ଯେ, ପିଏମ୍ଜିଏସ୍ଓ୍ବାଇ ରେ ୬୪,୮୨୧ କି.ମି. ରାସ୍ତା ଓ ୫୮୩ ପୋଲ ନିର୍ମାଣ ପାଇଁ ବ୍ୟୟବରାଦ କରାଯାଇଥିଲା। ସେଥିରୁ ୨୬,୩୨୯ କୋଟି ଟଙ୍କା ବ୍ୟୟରେ ୬୧,୪୨୮ କି.ମି. ରାସ୍ତା ଏବଂ ୪୧୨ ସେତୁ ନିର୍ମାଣ ଶେଷ ହୋଇଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

