ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି ଉପଲକ୍ଷେ ସେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଆଦିବାସୀ ମହିଳାଙ୍କ ସହ ନୃତ୍ୟ ପରିବେଷଣ କରିଥିଲେ। ଏଥିସହ ଅଞ୍ଚଳରେ ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ସେ ଅଞ୍ଚଳବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
ମହୁଲଡ଼ଗର ଅଞ୍ଚଳରେ ଆଶାଜନକ ବିକାଶ ହୋଇପାରିନାହିଁ। ଏହାକୁ ନେଇ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି। ଦୁର୍ଗମ ଅଞ୍ଚଳର ବାସ୍ତବ ସ୍ଥିତି ପରଖିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଜିଲାପାଳ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସହିତ ଶୁକ୍ରବାର ସକାଳେ ଗ୍ରାମରେ ପହଞ୍ଚତ୍ଥିଲେ। ଜିଲାପାଳଙ୍କୁ ଦେଖି ଅଞ୍ଚଳବାସୀ ଉତ୍ସାହିତ ହୋଇପଡ଼ିଥିବାବେଳେ ଭବ୍ୟ ସ୍ବାଗତ କରିଥିଲେ। ଏହାପରେ ଜିଲାପାଳ ଗ୍ରାମବାସୀଙ୍କ ସହ ସେମାନେ ଭୋଗୁଥିବା ଅସୁବିଧା ସମ୍ପର୍କରେ ସିଧାସଳଖ ଆଲୋଚନା କରିଥିଲେ। ପାନୀୟ ଜଳ, ରାସ୍ତାଘାଟକୁ ନେଇ ଲାଗି ରହିଥିବା ସମସ୍ୟାର କିଭଳି ସମାଧାନ ହୋଇପାରିବ, ସେ ନେଇ ପରାମର୍ଶ ଲୋଡ଼ିଥିଲେ। ସରକାରୀ ଯୋଜନା ପହଞ୍ଚତ୍ ପାରୁଛି କି ନାହିଁ, ଲୋକମାନେ କିପରି ସରକାରଙ୍କ ଜନହିତକର ଯୋଜନାର ଲାଭ ଉଠାଇ ପାରିବେ ସେ ନେଇ ଆଲୋଚନା କରିଥିଲେ। ଜିଲାପାଳଙ୍କ ସହିତ ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ବିଡିଓ ବିକାଶ ମହାନ୍ତି, ଜିଲା ପରିଷଦ ସଭ୍ୟ ଅଶୋକ ବେହେରା, ସରପଞ୍ଚ ପ୍ରିୟଙ୍କା ସାହୁ, ନିର୍ବାହୀ ଅଧିକାରୀ ଗୋବର୍ଦ୍ଧନ ସାହୁ, ଯନ୍ତ୍ରୀ ପ୍ରହଲ୍ଲାଦ ନାଥ, ଆଦିବାସୀ ଚେତନା ସଙ୍ଗଠନ କର୍ମକର୍ତ୍ତା ଗଙ୍ଗାରାମ ପୂର୍ତ୍ତି, ୱାର୍ଡମେମ୍ବର ମଞ୍ଜୁ ପୂର୍ତ୍ତି, ଗ୍ରାମର ମଦନ ହେମ୍ବ୍ରମ୍‌, ଟୁନା ବିରୁଆ, ବୁଦ୍ଧିଆ ଚାତାର, ମଧୁ ଚାତାର ପ୍ରମୁଖ ସମସ୍ତ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri