ଦୁର୍ଗମ ଅଞ୍ଚଳ ସମସ୍ୟା ବୁଝିଲେ ଜିଲାପାଳ

କାମାକ୍ଷାନଗର, ୯ା୭(ଡି.ଏନ୍‌.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ପଞ୍ଚାୟତର ଦୁର୍ଗମ ମହୁଲଡ଼ଗର ଗ୍ରାମକୁ ଶୁକ୍ରବାର ପରିଦର୍ଶନରେ ଯାଇ ସମସ୍ୟା ବୁଝିଛନ୍ତି ଜିଲାପାଳ ସରୋଜ କୁମାର ସେଠୀ। ଏହି ଉପଲକ୍ଷେ ସେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଆଦିବାସୀ ମହିଳାଙ୍କ ସହ ନୃତ୍ୟ ପରିବେଷଣ କରିଥିଲେ। ଏଥିସହ ଅଞ୍ଚଳରେ ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ସେ ଅଞ୍ଚଳବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
ମହୁଲଡ଼ଗର ଅଞ୍ଚଳରେ ଆଶାଜନକ ବିକାଶ ହୋଇପାରିନାହିଁ। ଏହାକୁ ନେଇ ବିଭିନ୍ନ ସମୟରେ ଗଣମାଧ୍ୟମରେ ଖବର ପ୍ରକାଶ ପାଉଛି। ଦୁର୍ଗମ ଅଞ୍ଚଳର ବାସ୍ତବ ସ୍ଥିତି ପରଖିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଜିଲାପାଳ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସହିତ ଶୁକ୍ରବାର ସକାଳେ ଗ୍ରାମରେ ପହଞ୍ଚତ୍ଥିଲେ। ଜିଲାପାଳଙ୍କୁ ଦେଖି ଅଞ୍ଚଳବାସୀ ଉତ୍ସାହିତ ହୋଇପଡ଼ିଥିବାବେଳେ ଭବ୍ୟ ସ୍ବାଗତ କରିଥିଲେ। ଏହାପରେ ଜିଲାପାଳ ଗ୍ରାମବାସୀଙ୍କ ସହ ସେମାନେ ଭୋଗୁଥିବା ଅସୁବିଧା ସମ୍ପର୍କରେ ସିଧାସଳଖ ଆଲୋଚନା କରିଥିଲେ। ପାନୀୟ ଜଳ, ରାସ୍ତାଘାଟକୁ ନେଇ ଲାଗି ରହିଥିବା ସମସ୍ୟାର କିଭଳି ସମାଧାନ ହୋଇପାରିବ, ସେ ନେଇ ପରାମର୍ଶ ଲୋଡ଼ିଥିଲେ। ସରକାରୀ ଯୋଜନା ପହଞ୍ଚତ୍ ପାରୁଛି କି ନାହିଁ, ଲୋକମାନେ କିପରି ସରକାରଙ୍କ ଜନହିତକର ଯୋଜନାର ଲାଭ ଉଠାଇ ପାରିବେ ସେ ନେଇ ଆଲୋଚନା କରିଥିଲେ। ଜିଲାପାଳଙ୍କ ସହିତ ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ବିଡିଓ ବିକାଶ ମହାନ୍ତି, ଜିଲା ପରିଷଦ ସଭ୍ୟ ଅଶୋକ ବେହେରା, ସରପଞ୍ଚ ପ୍ରିୟଙ୍କା ସାହୁ, ନିର୍ବାହୀ ଅଧିକାରୀ ଗୋବର୍ଦ୍ଧନ ସାହୁ, ଯନ୍ତ୍ରୀ ପ୍ରହଲ୍ଲାଦ ନାଥ, ଆଦିବାସୀ ଚେତନା ସଙ୍ଗଠନ କର୍ମକର୍ତ୍ତା ଗଙ୍ଗାରାମ ପୂର୍ତ୍ତି, ୱାର୍ଡମେମ୍ବର ମଞ୍ଜୁ ପୂର୍ତ୍ତି, ଗ୍ରାମର ମଦନ ହେମ୍ବ୍ରମ୍‌, ଟୁନା ବିରୁଆ, ବୁଦ୍ଧିଆ ଚାତାର, ମଧୁ ଚାତାର ପ୍ରମୁଖ ସମସ୍ତ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri