ଜିଲାରେ ୨୭୦ ଏମ୍‌ଏମ୍‌ ବର୍ଷା ରେକର୍ଡ

ଜଗତ୍‌ସିଂହପୁର ଅଫିସ, ୫ା୧୨: ବାତ୍ୟା ‘ଜୱାଦ’କୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଏହା ଦୁର୍ବଳ ହେବା ଖବର ମିଳିବା ପରେ ଲୋକଙ୍କୁ କିଛିମାତ୍ରାରେ ଆଶ୍ୱସ୍ତି ମିଳିଛି। କିନ୍ତୁ ପ୍ରବଳ ବର୍ଷା ଆଶଙ୍କାଥିବାରୁ ଚାଷ ଉଜୁଡ଼ିିବା ଚିନ୍ତାଘାରିଛି। ଶୁକ୍ରବାର ଅପରାହ୍ନରୁ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିଲା। ମଧ୍ୟରାତ୍ର ପରଠାରୁ ଏହି ପରିମାଣ ବଢିଥିଲେ ସୁଦ୍ଧା ସେଭଳି କିଛି ପରିସ୍ଥିତି ସୃଷ୍ଟି ହୋଇନାହିଁ। ତେବେ ଶନିବାର ସକାଳ ୯ଟା ସୁଦ୍ଧା ଜିଲାରେ ହାରାହାରି ୩୩.୭୫ ଏମ୍‌ଏମ୍‌ (ମିଲିମିଟର) ବର୍ଷା ରେକର୍ଡ କରାଯାଇଛି। ସେଥିରୁ ଏରସମା ବ୍ଲକ ଅଞ୍ଚଳରେ ସର୍ବାଧିକ ୭୬ ଏମ୍‌ଏମ୍‌ ବର୍ଷା ହୋଇଛି। କୁଜଙ୍ଗରେ ୪୪, ନାଉଗାଁରେ ୩୬. ଜଗତ୍‌ସିଂହପୁରରେ ୩୫, ବାଲିକୁଦାରେ ୩୨, ତିର୍ତ୍ତୋଲରେ ୨୦, ରଘୁନାଥପୁରରେ ୧୫ ଓ ବିରିଡ଼ିରେ ୧୨ ଏହିପରି ମୋଟ ୨୭୦ ଏମ୍‌ଏମ୍‌ ବର୍ଷା ରେକର୍ଡ କରାଯାଇଛି। ଅପରାହ୍ନ ସୁଦ୍ଧା ଜିଲାର ୩୫୯ ଜଣଙ୍କୁ ୧୩ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ସେଥିରୁ ଏରସମା ବ୍ଲକର ୪୨, ବାଲିକୁଦା ୨, ନାଉଗାଁ ୩୦ ଓ ଜଗତ୍‌ସିଂହପୁର ପୌରାଞ୍ଚଳର ୨୮୫ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ସାହୁଙ୍କୁ ତିର୍ତ୍ତୋଲ, ପାରାଦୀପ ଅତିରିକ୍ତ ଜିଲାପାଳ କାହ୍ନୁଚରଣ ଧୀରଙ୍କୁ କୁଜଙ୍ଗ ଓ ପାରାଦୀପ ପୌରାଞ୍ଚଳ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତିଙ୍କୁ ବାଲିକୁଦା, ଏରସମା ଦାୟିତ୍ୱ ଦିଆଯାଇଛି। ସେହିପରି ଅତିରିକ୍ତ ଜିଲାପାଳ ଚିନ୍ମୟୀ ବିଶ୍ୱାଳଙ୍କୁ ବିରିଡ଼ି, ରଘୁନାଥପୁର, ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକଙ୍କୁ ଜଗତ୍‌ସିଂହପୁର ବ୍ଲକ ଓ ପୌରାଞ୍ଚଳ ଏବଂ ଅତିରିକ୍ତ ଉପଜିଲାପାଳ ଦେବୀ ପ୍ରସାଦ ମହାନ୍ତିଙ୍କୁ ନାଉଗାଁ ବ୍ଲକ ତଦାରଖ ସହ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଜିଲାପାଳ ପାରୁଲ ପଟାୱାରିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ରିଲିଫ, ଉଦ୍ଧାର କାର୍ଯ୍ୟ ପରିଚାଳିତ ହେଉଛି। ଜିଲାର ୧୧୪ ଗର୍ଭବତୀଙ୍କୁ ଚିହ୍ନଟ କରାଯାଇ ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୮୫ ଜଣ ସନ୍ତାନ ଜନ୍ମ ଦେଇଛନ୍ତି। ସେଥିରେ ୪୨ କନ୍ୟା ଓ ୪୩ ଜଣ ପୁତ୍ର ସନ୍ତାନଥିବା ଜଣାପଡ଼ିଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପାରାଦୀପ ଓ ଏରସମା ଅଞ୍ଚଳରେ ପୃଥକ ଭାବେ ୨ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମହଜୁଦ୍‌ ରହିଛନ୍ତି। ଏଥିସହ ୨ ଓଡ୍ରାଫ ଓ ୧୪ ଅଗ୍ନିଶମ ବାହିନୀଙ୍କୁ ଉଦ୍ଧାର ଓ ଜରୁରୀ ସେବା ପାଇଁ ନିୟୋଜିତ କରାଯାଇଛି। ଜିଲାର ୪୫ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ସମେତ ସ୍କୁଲ ଘର, ଅଙ୍ଗନୱାଡି ଗୃହ, କଲ୍ୟାଣ ମଣ୍ଡପ ଆଦି ପ୍ରସ୍ତୁତ ରଖାଯାଇଛି। ଆବଶ୍ୟକସ୍ଥଳେ ତଳୁଆ ଅଞ୍ଚଳ ଓ କଚ୍ଚା ଘରେ ରହୁଥିବା ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?