ଅବ୍ୟବସ୍ଥାରେ ଚାଲିଛି ଜିଲା ମୁଖ୍ୟ ଚିକିତ୍ସାଳୟ

ଡାକ୍ତର ଅଭାବରୁ ରୋଗୀ ହନ୍ତସନ୍ତ
ପାରଳାଖେମୁଣ୍ଡି,୧୮।୪(ଡି.ଏନ୍‌.ଏ.) ଗଜପତି ଜିଲା ମୁଖ୍ୟ ଚିକିତ୍ସାଳୟ ଏବେ ଦୁରବସ୍ଥାରେ ଚାଲିଛି । ଡାକ୍ତର ଅଭାବ ଆଗରୁ ଚାଲିଆସିଛି ହେଲେ ଏବେ ଆନେସ୍ତେସିଆ ଡାକ୍ତର ନ ଥିବାରୁ ସମସ୍ୟା ଦ୍ୱିଗୁଣିତ ହୋଇଛି। ସାମାନ୍ୟ ଚିକିତ୍ସା ପାଇଁ ରୋଗୀ ଘରୋଇ ଚିକିତ୍ସାଳୟର ଦଲାଲଙ୍କ ଶିକାର ହେବାସହ ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଡର ଦୁରୁପଯୋଗ ହେଉଥିବା ଅଭିଯୋଗ ହେଉଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରନ୍ତି ରାୟଗଡ଼ା ଜିଲାର ଗୁଣପୁର ସବ୍‌ ଡିଭିଜନ ଓ ଆନ୍ଧ୍ରର ଲୋକେ। ପୂର୍ବରୁ ଡାକ୍ତର ଅଭାବ ଏକ ମୁଖ୍ୟ ସମସ୍ୟା ହୋଇ ରହିଛି। ମୁଖ୍ୟ ଚିକିତ୍ସାଳୟରେ ମୋଟ ୬୧ ଡାକ୍ତର ପଦବୀ ରହିଥିବେଳେ ବର୍ତ୍ତମାନ ମାତ୍ର ୧୬ଜଣ ଡାକ୍ତର ଥିବା ଜଣାପଡ଼ିଛି। ଅସ୍ତ୍ରୋପଚାର ରୋଗୀ ବା ଗର୍ଭବତୀ ଚିକିତ୍ସା ପାଇଁ ଚିକିତ୍ସାଳୟ ଆସୁଛନ୍ତି । କିନ୍ତୁ ଚିକିତ୍ସା ନ ପାଇ ବାହାରକୁ ରେଫର ହେଉଛନ୍ତି। ସେପଟେ ରୋଗୀ ପ୍ରାଣ ବିକଳରେ ଦଲାଲଙ୍କ ହାତରେ ପଡ଼ି ଖର୍ଚ୍ଚାନ୍ତ ହେଉଛନ୍ତି । ସେପଟେ ରାଜ୍ୟ ସରକାରଙ୍କ ବିଏସ୍‌କେୱାଇ କାର୍ଡଧାରୀ ରୋଗୀଙ୍କଠାରୁ ଆନ୍ଧ୍ରର ଘରୋଇ ହସ୍ପିଟାଲର ଦଲାଲମାନେ ମିଛ କହି ଛୋଟରୁ ଛୋଟ ଚିକିତ୍ସା ପାଇଁ ଲକ୍ଷ ଲକ୍ଷ ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି।
ଦୀର୍ଘ ୬ ମାସରୁ ଅଧିକ ସମୟ ହେଲାଣି ଜିଲା ମୁଖ୍ୟ ଚିକିତ୍ସାଳୟରେ ଆନେସ୍ତେସିଆ ଡାକ୍ତରଙ୍କ ଅଭାବ ରହିଛି। ପ୍ରତିଦିନ ଲୋକେ ସାମାନ୍ୟ ଚିକିତ୍ସା ନ ପାଇ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ହେଲେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ପ୍ରଫୁଲ୍ଲ କୁମାର ପଣ୍ଡାଙ୍କୁ ଯୋଗାଯୋଗ କରିବାରୁ ସମସ୍ୟା ନେଇ ରାଜ୍ୟ ସରକାରଙ୍କୁ ଚିଠି କରାଯାଇଛି ସ୍ଥାୟୀ ଡାକ୍ତର ନିଯୁକ୍ତି ପରେ ସମସ୍ୟାର ସମାଧାନ ହୋଇଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri