ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଧ୍ୟକ୍ଷତା କରି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ବିଭିନ୍ନ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ଜିଲାପାଳ ଅମ୍ବର କୁମାର କର ଏବଂ ଆରକ୍ଷୀ ଅଧୀକ୍ଷକ ୟଶପ୍ରତାପ ଶ୍ରୀମାଲ ଯୋଗ ଦେଇଥିଲେ। ଯେଉଁ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାରେ ସମସ୍ୟା ରହୁଛି, ସେ ସମ୍ପର୍କରେ ବିଧାୟକ ଏବଂ ଜିଲାପାଳଙ୍କୁ ଅବଗତ କରି ବରିଷ୍ଠ ଅଧିକାରୀମାନେ ମିଳିତ ପ୍ରୟାସ କଲେ ଯଥାଶୀଘ୍ର ଏହାର ସମାଧାନ ହୋଇପାରିବ ବୋଲି ବିଧାୟକ କହିଥିଲେ। ବିଶେଷ କରି ରାସ୍ତା ଆଲୋକୀକରଣ, ଗ୍ରାମାଞ୍ଚଳରେ ଉନ୍ନତ ବିଦ୍ୟୁତ ସେବା, ଯୋଗାଯୋଗ ସୁବିଧା, ସେତୁ ପ୍ରକଳ୍ପ ଉପରେ ବିଧାୟକ ଗୁରୁତ୍ୱ ଦେଇ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଯାଜପୁର ଜିଲାରେ ଯେପରି ଅଧିକ ସଂଖ୍ୟକ ପୋଲିସ କର୍ମଚାରୀ ନିୟୋଜିତ ହେବା ସହ ଆଇନ ଶୃଙ୍ଖଳା ପରିସ୍ଥିତି ସୁଦୃଢ଼ ରହିବ, ସେ ଦିଗରେ ଆରକ୍ଷୀ ଅଧୀକ୍ଷକ ୟଶପ୍ରତାପ ଶ୍ରୀମାଲଙ୍କ ସହ ଆଲୋଚନା କରିଥିଲେ। ଜାରକାରେ ନୂତନ ପୋଲିସ ବିଟ୍‌ହାଉସ୍‌ ନିର୍ମାଣ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ସେହିଭଳି ରାସ୍ତାଘାଟ ଏବଂ ସେତୁଗୁଡ଼ିକର ରକ୍ଷଣାବେକ୍ଷଣ ସହ ବିଦ୍ୟୁତିକରଣ ଏବଂ ଡ୍ରେନେଜ ଉପରେ ଗୁରୁତ୍ୱ ଦିଆଯାଇଛି। ଶିକ୍ଷା, ସାସ୍ଥ୍ୟ, ଗମନାଗମନ, ପାନୀୟଜଳ ଏବଂ ଆଇନଶୃଙ୍ଖଳା ଉପରେ ବିଶେଷ ଗୁରୁତ୍ୱ ଦେବାକୁ ବିଧାୟକ କହିଥିଲେ। ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ। ଜଳ ଅଭାବ ଥିବା ଅଞ୍ଚଳରେ ତୁରନ୍ତ ପାନୀୟଜଳ ଯୋଗାଇ ଦେବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ କୃଷି, ସ୍ବାସ୍ଥ୍ୟ, ଜଳସେଚନ, ଲଘୁ ଜଳସେଚନ, ଉଠା ଜଳସେଚନ, ପ୍ରାଣୀ ଚିକିତ୍ସା, ଦକ୍ଷତା ବିକାଶ, ବଦ୍ୟୁତ, କ୍ରୀଡ଼ା, ଜଙ୍ଗଲ, ଖଣି, ମାଇନର ମିନେରାଲ, ପରିବହନ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ମୁଖ୍ୟ ଉନ୍ନୟନ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଉପଜିଲାପାଳ ତାପସରଞ୍ଜନ ଦେହୁରୀ, ଯୋଜନା ଓ ପରିସଂଖ୍ୟାନ ଉପନିର୍ଦ୍ଦେଶକ ସୁଶ୍ରୀ ଅର୍ଚ୍ଚିତା ଦାସ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri