ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ ଭବ୍ୟ ମିନି ‘ଐତିହ୍ୟ ଗଣଦୌଡ଼’(ହ୍ୟାରିଟେଜ ରନ) ଅନୁଷ୍ଠିତ ହୋଇଯାଇଛି। ଏହାକୁ ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ସବୁଜ ପତାକା ଦେଖାଇ ଉଦଘାଟନ କରିଥିଲେ। । ଗତ ଏପ୍ରିଲ୍‌ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେବାକୁ ଥିବା ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ପ୍ରତେକ ଦିନ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହିକ୍ରମରେ ରବିବାର ଅନୁଷ୍ଠିତ ମିନି ‘ଐତିହ୍ୟ ଗଣଦୌଡ଼’ ଚନ୍ଦ୍ରଶେଖର ବେହେରା ଜିଲା ସ୍କୁଲରୁ ଆରମ୍ଭ ହୋଇ ଗୋଲବଜାର ଛକ ଦେଇ ମାଁ ସମଲେଶ୍ୱରୀ ମନ୍ଦିରରେ ଶେଷ ହୋଇଥିଲା। ଏଥିରେ ଛୋଟଛୁଆ ଠାରୁ ଆରମ୍ଭ କରି ବରିଷ୍ଠ ନାଗରିକ ବୟସ୍କ ବ୍ୟକ୍ତି ପର୍ଯ୍ୟନ୍ତ ସବୁ ବର୍ଗର ବ୍ୟକ୍ତି ବିଶେଷ ଉତ୍ସାହର ସହିତ ଭାଗ ନେଇଥିଲେ।
ସମ୍ବଲପୁର ଜଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର କହିଛନ୍ତି ଯେ, ଚଳିତ ମାସ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଥିବା ବେଳେ ଆଜିର ଏହି ମିନି‘ଐତିହ୍ୟ ଗଣଦୌଡ଼’ ଆୟୋଜିତ ହୋଇଛି। ସମ୍ବଲପୁରର ପ୍ରମୁଖ ଐତିହ୍ୟ ସ୍ଥଳୀଗୁଡ଼ିକୁ ଲୋକଲୋଚନକୁ ଆଣିବା ସହ ଏସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରି ଏହାର ଗୁରୁତ୍ୱ ଓ ସୌନ୍ଦର୍ଯ୍ୟକୁ ବିଶ୍ୱ ଦରବାରରେ ପରିଚିତ କରାଇବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲାପାଳ ବୋନ୍ଦର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri