ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ କରିବା ନିମନ୍ତେ ଚଳିତ ବର୍ଷ ଛତ୍ରପୁର ମହୋତ୍ସବ ସ୍ଥାନୀୟ ଷ୍ଟାଡିଅମ ପରିସରରେ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାଷନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି। ଆସନ୍ତା ଜୁନ ମାସ ୧ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ଛତ୍ରପୁର ମହୋତ୍ସବ ଚାଲିବ। ଚଳିତ ବର୍ଷ ଛତ୍ରପୁର ଷ୍ଟାଡିଅମରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବରେ ମତ୍ସ୍ୟପ୍ରାଣୀ ସମ୍ପଦ ମେଳା, ଛତ୍ରପୁର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ ହେବ। ଏହା ସହିତ ଓରମାସ,ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତି, ସୁଭଦ୍ରା ଶକ୍ତି ଠାରୁ ଆରମ୍ଭ କରି ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ସମନୱୟ ରେ ଷ୍ଟଲ ଗୁଡିକ ରହିବ । ଯାହାଫଳରେ ଲୋକମାନେ ବିଭିନ୍ନ ବିଷୟରେ ସଚେତନ ହୋଇପାରିବେ। ସ୍ବାସ୍ଥ୍ୟ, ସ୍ବଚ୍ଛତା, ପାନୀୟ ଜଳ, ଅଗ୍ନି ନିରାପତ୍ତା ଓ ଆଇନଶୃଙ୍ଖଳା ପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ମୋଟ ୧୫୦ ଟି ଷ୍ଟଲ ଖୋଲାଯିବ। ବିଭିନ୍ନ ପ୍ରକାର କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବା ସହିତ କଳା ସଂସ୍କୃତିକୁ ମଧ୍ୟ ସ୍ଥାନ ଦିଆଯିବା ଲାଗି ବୈଠକରେ ଗଞ୍ଜାମ ଜିଲାପାଳ ଗୁରୁତ୍ୱ ଦେଇଥିଲେ l ୩୦ ଟି ଟ୍ରୁପ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସରକାରୀ ଯୋଜନା ଗୁଡିକୁ ମଧ୍ୟ ବିଭିନ୍ନ ଲୋକ କଳା ମାଧ୍ୟମରେ ସଚେତନ କରାଯିବ। ଆଇନଶୃଙ୍ଖଳା ପରିସ୍ଥିତି ମୁକାବିଲା ଲାଗି ପୋଲିସ ମୁତୟନ କରାଯିବ । ବୈଠକରେ ଗଞ୍ଜାମ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ, ଛତ୍ରପୁର ବିଡ଼ିଓ ସମ୍ବିତ ସଂଗ୍ରାମଜିତ ସାହୁ, ତହସିଲଦାର ଦିବ୍ୟା ମହାନ୍ତି, ଜିଲା ସଂସ୍କୃତି ଅଧିକାରିଣୀ ଅଦିତି ଆଚାର୍ଯ୍ୟ, ଓରମାସ ଡେପୁଟି ସିଇଓ ଡ଼ଃ ରାଜଗୋପାଳ ଦାଶ, ଓଡିଶା ଜୀବିକା ମିଶନର ଜିଲା ସଂଯୋଜକ ସନ୍ତୋଷ କୁମାର ରଥ, ମିଶନ ଶକ୍ତିର ଜିଲା ସଂଯୋଜକ ଜୟ କୃଷ୍ଣ ମହାପାତ୍ର, ପୋଲିସ, ଫାୟାର, ଟାଟା ପାୱାର, ମତ୍ସ୍ୟ, କୃଷି, ଉଦ୍ୟାନ,ପ୍ରାଣୀ ସମ୍ପଦ, ମୃତ୍ତିକା ସଂରକ୍ଷଣଙ୍କ ସମେତ ବହୁ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri