ବିଡ଼ିଓଙ୍କ ନିର୍ଦ୍ଦେଶରେ ସ୍ବାଭାବିକ ହେଉଛି ଅଞ୍ଚଳ, ଗ୍ରାମବାସୀଙ୍କ ଧମକ ପରେ…

ଦାରିଙ୍ଗବାଡି, ୧୫।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଗୁମାଡି ନଦୀରେ ଏକ ନୂତନ ପୋଲ ନିର୍ମାଣ ଚାଲିଛି। ତେବେ ପୋଲ ନିର୍ମାଣ ସରିବା ପର୍ଯ୍ୟନ୍ତ ଲୋକଙ୍କ ଯାତାୟାତ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଡାଇଭର୍ସନ ରାସ୍ତା ନିର୍ମାଣ କରାଯାଇଥିଲା କିନ୍ତୁ ଚଳିତ ବର୍ଷା ଯୋଗୁ ଉକ୍ତ ଡାଇଭର୍ଶନ ଦୁଇ ଦୁଇ ଥର ଧୋଇଯାଇଥିଲା। ଗତ ୧୦ ଦିନରୁ ଅଧିକ ସମୟ ଧରି ଉକ୍ତ ରାସ୍ତା ମରାମତି ହୋଇପାରିନଥିଲା । ଅଞ୍ଚଳବାସୀ ଆନ୍ଦୋଳନର ଧମକ ଦେବା ପରେ ସୋମବାର ଠାରୁ ଉକ୍ତ ଡାଇଭର୍ସନ ରାସ୍ତା ମରାମତି କାର୍ଯ୍ୟ ଚାଲିଛି । ଗତ ଦୁଇ ଦିନ ହେଲା ଘଟଣାସ୍ଥଳକୁ ବିଡ଼ିଓ ପ୍ରୀତିରଞ୍ଜନ ରଥ ଗସ୍ତ କରି ମରାମତି କାର୍ଯ୍ୟକ ତ୍ୱରାନ୍ବିତ କରିବାକୁ ପଦକ୍ଷେପ ନେଉଛନ୍ତି । ବିଡ଼ିଓ ରଥଙ୍କ ସହ ସହକାରୀ ନିର୍ବାହୀ ଯନ୍ତ୍ରୀ ହରିହର ଦାସ, କନିଷ୍ଠ ଯନ୍ତ୍ରୀ ପ୍ରଦୀପ୍ତ କେଶରୀ ସ୍ବାଇଁ ପ୍ରମୁଖ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ କରାଉଛନ୍ତି । ସେହିପରି ତିଲୋରୀ ପଞ୍ଚାୟତ ସମେତ ବୁଡ଼ାଗୁଡା ଏବଂ ଗୁମିକିଆ ପଞ୍ଚାୟତକୁ ଲଷ୍ମୀ ବସ୍‌ କୋଟଗଡ଼ ବ୍ଲକର ପକାରୀ ପଞ୍ଚାୟତ ଦେଇ ଚଳାଚଳ ଆରମ୍ଭ କରିଛି। ସେହିପରି ବିଡ଼ିଓ ରଥଙ୍କ ନିର୍ଦ୍ଦେଶକ୍ରମେ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ସେବାଶ୍ରାମ ପରିସରରେ ଡାକ୍ତରଙ୍କ ଦ୍ୱାରା ଗର୍ଭବତୀ, ପ୍ରସୂତି ଓ ଅନ୍ୟାନ୍ୟ ରୋଗୀଙ୍କୁ ଚିକିତ୍ସା କରାଯାଇ ମାଗଣା ଔଷଧ ପ୍ରଦାନ କରାଯାଇଛି ବୋଲି ବିଡ଼ିଓ କହିଛନ୍ତି । ଡାକ୍ତର ଅମ୍ବିକା ପ୍ରସାଦ ସତପଥୀଙ୍କ ସହ ଭ୍ରାମ୍ୟମାଣ ଦଳ ଦୁର୍ଗମ ଗାଁ ଗୁଡିକରେ ପହଞ୍ଚି ଚିକିତ୍ସା କରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri