ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲା ଡିଜେ ଗାଡ଼ି, ଘୋଷାଡ଼ି ନେଇଗଲା ଖୁଣ୍ଟକୁ, ଆଉ ତା’ ପରେ…

ନିରାକାରପୁର,୧୦ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଏକ ଡିଜେ ଗାଡ଼ି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ରାସ୍ତା ମଝିକୁ ଖୁଣ୍ଟଟିକୁ ଖୁବ୍‌ ଜୋର୍‌ରେ ଘୋଷାଡ଼ି ନେଇଥିଲା। ସୌଭାଗ୍ୟବଶତଃ ଅଳ୍ପକେ ଶତାଧିକ ଲୋକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ମଙ୍ଗଳା ବଜାର ନିକଟ ରାଉତରାୟ ବଗିଚାସ୍ଥିତ ନିରାକାରପୁରଠାରୁ ଭୂଷଣ୍ଡପୁରକୁ ସଂଯୋଗ କରୁଥିବା ରାସ୍ତାରେ ଦେଖିବାକୁ ମିଳିଛି। କିଛି ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଆଜି ଅପରାହ୍ନରେ ନିରାକାରପୁର ବଡବଜାରଠାରୁ ମଙ୍ଗଳା ବଜାର ଦେଇ ଭୂଷଣ୍ଡପୁର ରାସ୍ତାରେ ଏକ ଡିଜେ ଗାଡ଼ି ଯାଉଥିଲା। ହେଲେ ଗାଡ଼ି ଚାଳକଙ୍କର ମନମୁଖୀ ଗାଡ଼ି ଚାଳନା ଯୋଗୁ ଡିଜେଟି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏତେ ଜୋରରେ ଭିଡି ହୋଇଥିଲା ଯେ, ପାଖରେ ଥିବା ବିଦ୍ୟୁତ ଖୁଣ୍ଟଟି ରାସ୍ତା ଉପରେ ଭାଙ୍ଗି ପଡ଼ିଥିଲା। ଆଜି ନିରାକାରପୁର ହାଟଯୋଗୁ ଉକ୍ତ ରାସ୍ତାଟି ଜନଗହଳି ସତ୍ତ୍ୱେ ଅଳ୍ପକେ ଲୋକେ ବର୍ତ୍ତି ଯାଇଥିଲେ। ତେବେ ସ୍ଥାନୀୟବାସୀଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ପହଞ୍ଚି ବିଦ୍ୟୁତ୍‌ ସଂଯୋଗ କାଟିଥିଲେ। ଦୀର୍ଘ ସମୟ ଧରି ଗମନାଗମନ ବାଧାପ୍ରାପ୍ତ ହେବା ସହ ଖବର ଲେଖାହେବା ପର୍ଯ୍ୟନ୍ତ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମୁଖୀନ ହୋଇଛନ୍ତି। ଏନେଇ ବିଦ୍ୟୁତ୍‌ ବିଭାଗର ବରିଷ୍ଠ କର୍ମଚାରୀ ଗୋପାଳ ଚନ୍ଦ୍ରଙ୍କୁ ପଚାରିବାରୁ ନିରାକାରପୁର କାର୍ଯ୍ୟାଳୟରେ ଖୁଣ୍ଟି ନ ଥିବା ଯୋଗୁ ଜଙ୍କିଆ କାର୍ଯ୍ୟାଳୟରୁ ଅଣାଯାଇ ବିଦ୍ୟୁତ୍‌ ଦିଆଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri