କରୋନା ଆକ୍ରାନ୍ତ ମହିଳାଙ୍କ ସୁରକ୍ଷିତ ପ୍ରସବ କରାଇଲେ ଡାକ୍ତର

ମାଲକାନଗିରି,୨୬ା୪: ମାଲକାନଗିରି ଜିଲା ସଦରସ୍ଥିତ କୋଭିଡ୍‌ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମହିଳା ସୋମବାର ଏକ ଶିଶୁପୁତ୍ର ଜନ୍ମ ଦେଇଛନ୍ତି। ମହିଳା ଜଣକ କରୋନା ସଂକ୍ରମିତ ହୋଇଥିବାରୁ ତାଙ୍କର ପ୍ରସବ କିପରି ହେବ ସେ ନେଇ ପରିବାର ଲୋକେ ଚିନ୍ତିତ ଥିଲେ। ଡାକ୍ତରୀ ଟିମ୍‌ କିନ୍ତୁ କର୍ତ୍ତବ୍ୟକୁ ଠିକ୍‌ଭାବେ ପାଳନ କରିଛନ୍ତି। ଜିଲା କୋଭିଡ୍‌ ନୋଡାଲ ଅଧିକାରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ଡା. ଅନୁପମା ମହାନା ସମସ୍ତ ସୁରକ୍ଷା ବ୍ୟବସ୍ଥା ସହ ମହିଳାଙ୍କ ପ୍ରସବ କରାଇଥିଲେ।
ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ ପୋଡ଼ାଘାଟ ଗ୍ରାମର ଜଣେ ଗର୍ଭବତୀ ୫ଦିନ ତଳେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ମାଲକାନଗିରି କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରବିବାର ମହିଳାଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ଏହା ଜାଣି ଚିନ୍ତାରେ ପଡ଼ିଥିଲେ। ତେବେ ଡାକ୍ତରମାନଙ୍କ କର୍ତ୍ତବ୍ୟ ନିଷ୍ଠା ଯୋଗୁ ସୁରକ୍ଷିତ ଭାବେ ପ୍ରସବ ହୋଇପାରିଛି। ଏବେ ଉଭୟ ମା’ ଏବଂ ଶିଶୁର ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି। ତେବେ ଶିଶୁଟିକୁ ମା’ଠାରୁ ଦୂରରେ ରଖାଯାଇଥିବା ବେଳେ କିଛିଦିନ ମା’ କ୍ଷୀର ବଦଳରେ ବୋତଲ କ୍ଷୀର ଦିଆଯିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ଡାକ୍ତରଙ୍କ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri