Posted inଜାତୀୟ

ନିଃଶ୍ୱାସ ଦେଇ ନବଜାତକଙ୍କ ଜୀବନ ବଞ୍ଚାଇଲେ ଡାକ୍ତର

ଆଗ୍ରା,୧୪।୩: ଦୁନିଆରେ ଡାକ୍ତରଙ୍କୁ ଭଗବାନଙ୍କ ଦ୍ୱିତୀୟ ରୂପ ଭାବରେ ବିବେଚନା କରାଯାଏ। ଡାକ୍ତରମାନେ ରୋଗୀଙ୍କୁ ନୂତନ ଜୀବନ ପ୍ରଦାନ କରନ୍ତି। ଏହାର ଜ୍ୱଳନ୍ତ ଉଦାହରଣ ନିକଟରେ ଆଗ୍ରାରେ ଦେଖିବାକୁ ମିଳିଛି। ଜଣେ ଡାକ୍ତର ନିଜ ନିଃଶ୍ୱାସ ଦେଇ ନବଜାତ ଶିଶୁର ଜୀବନ ରକ୍ଷା କରିଛନ୍ତି।
ଏତମାଦପୁରର କମ୍ୟୁନିଟି ହେଲ୍‌ଥ ସେଣ୍ଟରରେ ନିଯୁକ୍ତ ହୋଇଥିବା ଜଣେ ମହିଳା ଡାକ୍ତର ନବଜାତ ଶିଶୁର ପ୍ରସବ ପରେ ତାଙ୍କ ପାଟିରୁ ନିଶ୍ୱାସ ଦେଇ ତାଙ୍କ ଜୀବନ ରକ୍ଷା କରିଥିଲେ। ନବଜାତ ଶିଶୁକୁ ନିଃଶ୍ୱାସ ଦେଉଥିବା ଭିଡିଓ ସୋମବାର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୟୁଜର୍ସ ମହିଳା ଡାକ୍ତରଙ୍କୁ ପ୍ରଶଂସା କରୁଛନ୍ତି।
ସୂଚନାନୁସାରେ, ଏତମାଦପୁରର ବୁର୍ଜ ଗଙ୍ଗୀ ନିବାସୀ ଖୁସବୁଙ୍କୁ ପ୍ରସବ ପାଇଁ ମାର୍ଚ୍ଚ ୨ରେ କମ୍ୟୁନିଟି ହେଲ୍‌ଥ୍‌ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସାଧାରଣ ପ୍ରସବ ଦ୍ୱାରା ଖୁସବୁ ଏକ ଝିଅକୁ ଜନ୍ମ ଦେଇଥିଲେ। ଜନ୍ମର କିଛି ସମୟ ପରେ ହଠାତ୍‌ ଶିଶୁର ସ୍ବାସ୍ଥ୍ୟ ଖରାପ ହୋଇ ଯାଇଥିଲା। ହସ୍ପିଟାଲର ଡାକ୍ତର ସୁରେଖା ତାଙ୍କର ପରୀକ୍ଷା କରିଥିଲେ, ନବଜାତ ଶିଶୁର ନିଶ୍ୱାସ ନେବାରେ ଅସୁବିଧା ହୋଇଥିଲା। ତାଙ୍କୁ ଅମ୍ଳଜାନ ଦିଆଯାଇଥିଲା, କିନ୍ତୁ କୌଣସି ସୁଫଳ ମିଳି ନ ଥିଲା। ଏହା ପରେ ଡାକ୍ତର ନବଜାତକଙ୍କ ପାଟିରେ ନିଶ୍ୱାସ ଦେବା ଆରମ୍ଭ କଲେ। ସେ ତାଙ୍କୁ ପ୍ରାୟ ସାତ ମିନିଟ ପର୍ଯ୍ୟନ୍ତ ନିଶ୍ୱାସ ଦେବାରେ ଲାଗିଲେ। ଶେଷରେ ତାଙ୍କର ଏହି ପ୍ରୟାସ ସଫଳ ହେଲା। ନବଜାତ ଶିଶୁର ଅବସ୍ଥା ସୁଧୁରିବା ପରେ ସମସ୍ତେ ଖୁସି ହୋଇଯାଇଥିଲେ। ସେଠାରେ ଉପସ୍ଥିତ ଥିବା କର୍ମଚାରୀମାନେ ତାଙ୍କ ଭିଡିଓ ପ୍ରସ୍ତୁତ କରିଥିଲେ। ଏହି ଭିଡିଓ ଏବେ ସାମ୍ନାକୁ ଆସିଛି। ଏବେ ଉଭୟ ମା’ ଏବଂ ଶିଶୁ ସୁସ୍ଥ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri