ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର କରିବା ପରି ଘଟଣା ଜିଲାର ଆର୍‌.ଉଦୟଗିରି ବ୍ଲକ ଅନ୍ତର୍ଗତ ରାମଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି। ଏହି ଖବର ଜଣାପଡ଼ିବା ପରେ ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଡାକ୍ତରଙ୍କ ଦାୟିତ୍ୱହୀନତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଆର. ଉଦୟଗିରି ବ୍ଲକ ଭାଲିଆସାହି ଡଳକୋଟା ଗ୍ରାମର ସରସ୍ବତୀ ମଣ୍ଡଳ ତାଙ୍କ ତିନି ମାସର ଶିଶୁପୁତ୍ରର ସ୍ବାସ୍ଥ୍ୟ ଖରାପ ଥିବାରୁ ରବିବାର ସକାଳେ ରାମଗିରି ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ଶିଶୁପୁତ୍ରର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡ଼ିଥିବା କହି କାର୍ଯ୍ୟରତ ଡାକ୍ତର ତାଙ୍କୁ ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ଶିଶୁର ଚିକିତ୍ସା ଆରମ୍ଭ କରିବାବେଳକୁ ତା’ର ଦୀର୍ଘ ଘଣ୍ଟା ପୂର୍ବରୁ ମୃତ୍ୟୁ ହୋଇଯାଇଥିବା ସରସ୍ବତୀଙ୍କୁ କହିଥିଲେ। ଡାକ୍ତରଙ୍କଠାରୁ ଏପରି ଶୁଣି ସରସ୍ବତୀ ତାଙ୍କ ଶିଶୁପୁତ୍ରକୁ ରାମଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବା ପୂର୍ବରୁ ତା’ର ମୃତ୍ୟୁ ହୋଇ ସାରିଥିବା ସନ୍ଦେହ କରୁଛନ୍ତି। ସେ ଅତି ଗରିବ ଶ୍ରେଣୀର ହୋଇଥିବାବେଳେ ତାଙ୍କ ସ୍ବାମୀ ପ୍ରଦୀପ ରଇତ ବାହାର ରାଜ୍ୟରେ ଦାଦନ ଖଟି ପରିବାର ଚଳାଉଛନ୍ତି। ଯଦି ରାମଗିରି ଡାକ୍ତର ତାଙ୍କ ଶିଶୁଟିର ମୃତ୍ୟୁ ହୋଇଥିବା ଜାଣିଥିଲେ, ତେବେ କାହିଁକି ଆମକୁ ପାରଳାଖେମୁଣ୍ଡି ପଠାଇଲେ ବୋଲି ସରସ୍ବତୀ ପ୍ରଶ୍ନ ଉଠାଇଛନ୍ତି। ଅନ୍ୟପକ୍ଷରେ ଏ ସମ୍ପର୍କରେ ରାମଗିରି ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସୁବ୍ରତ କୁମାର ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି, ସମ୍ପୃକ୍ତା ମହିଳା ଶିଶୁଟିକୁ ଶନିବାର ରାତିରେ ରାମଗିରି ଡାକ୍ତରଖାନା ଆଣିଥିଲେ। ଶିଶୁଟିର ଚିକିତ୍ସା କରାଯାଇଥିଲା। ରବିବାର ଶିଶୁଟିର ସୁଗାର ଲେବଲ କମିଥିଲା। ଶିଶୁଟି କିଛି ଖାଉ ନ ଥିଲା କି କାନ୍ଦୁ ନ ଥିଲା। ଫଳରେ ତା’ର ଅଧିକ ଚିକିତ୍ସା ପାଇଁ ତାକୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ରବିବାର ସକାଳ ୮ଟା ୪୦ରେ ପଠାଯାଇଥିଲା। ସେତେବେଳକୁ ଶିଶୁଟି ଜୀବିତ ଥିଲା ବୋଲି ଡାକ୍ତର ସାହୁ କହିଛନ୍ତି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ମୁବାରକ ଅଲ୍ଲିଙ୍କୁ ପଚାରିବାରେ, ଯଦି ଏପରି ଘଟଣା ଘଟିଛି ତେବେ ଏହାର ତଦନ୍ତ ହେବ। ଯିଏ ଦୋଷୀ ହେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri