ଧାରଣାରେ ବସିଲେ ଡାକ୍ତର, କର୍ମଚାରୀ

ଢେଙ୍କାନାଳ ଅଫିସ,୩ା୧୧

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦରେ ସୋମବାର ସମସ୍ତ ଡାକ୍ତର ଓ କର୍ମଚାରୀ ଧାରଣାରେ ବସିଥିଲେ। ଅଭିଯୁକ୍ତମାନଙ୍କୁ ୨୪ ଘଣ୍ଟା ମଧ୍ୟରେ ଗିରଫ କରା ନ ଗଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ଓମ୍‌ସା ଢେଙ୍କାନାଳ ଶାଖା ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ସମ୍ପର୍କରେ ରାଜ୍ୟ ଓମ୍‌ସାକୁ ଜଣାଇ ଦିଆଯାଇଥିବା ବେଳେ ଆବଶ୍ୟକ ପଡିଲେ ଏହାକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ଜିଲା ଶାଖା ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ପ୍ରାୟ ୧୨ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ବାଜିଚୌକ ଅଞ୍ଚଳର ବିକ୍ରମ ସିଂ(୨୮)ଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଥାନା ଅଧିକାରୀ ନମିତା ନାୟକ ସୂଚନା ଦେଇଛନ୍ତି।
ବାରମ୍ବାର ଦାବି ସତ୍ତ୍ୱେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ଆଉଟପୋଷ୍ଟ ଖୋଲାଯାଉ ନ ଥିବାରୁ ଧାରଣାରେ ବସିଥିବା ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଜଣେ ସବ୍‌ ଇନ୍ସପେକ୍ଟରସ୍ତରୀୟ ଅଧିକାରୀଙ୍କୁ ରଖାଯାଇ ଆଉଟପୋଷ୍ଟ ଖୋଲିବାକୁ ଜିଲା ଓମ୍‌ସା ସଂଘ ଦାବି କରିଛି। ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଲିଖିତ ଭାବେ ଜଣାଯିବା ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଜିଲାପାଳଙ୍କୁ ମଧ୍ୟ ଅବଗତ କରାଇଛନ୍ତି ା ଜିଲା ଓମ୍‌ସା ସମ୍ପାଦକ ଡା. ପ୍ରଦ୍ୟୋତ ବେହେରା କହିଛନ୍ତି, ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଏବଂ ସୁରକ୍ଷା ଦାବିରେ ଧାରଣା ଦିଆଯାଇଛି। ରାଜ୍ୟ ଓମ୍‌ସାକୁ ମଧ୍ୟ ଜଣାଇଛୁ। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତମାନେ ଗିରଫ ନ ହେଲେ ଆନ୍ଦୋଳନ ଜାରି ରହିବ। ତେବେ ଜରୁରୀ ସେବା ପାଇଁ ଓପିଡିରେ ଡାକ୍ତର ରହିଛନ୍ତି ବୋଲି ଡାକ୍ତର ବେହେରା ପ୍ରକାଶ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର କହିଛନ୍ତି, ଡାକ୍ତରମାନଙ୍କ ଦାବି ସମ୍ପର୍କରେ ଜିଲାପାଳଙ୍କୁ ଜଣାଇଦିଆଯାଇଛି। ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଅନ୍ୟମାନଙ୍କୁ ଖୁବ୍‌ଶୀଘ୍ର ଧରିବେ ବୋଲି ଆମେ ଆଶା ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri