ଧାରଣାରେ ବସିଲେ ଡାକ୍ତର, କର୍ମଚାରୀ

ଢେଙ୍କାନାଳ ଅଫିସ,୩ା୧୧

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦରେ ସୋମବାର ସମସ୍ତ ଡାକ୍ତର ଓ କର୍ମଚାରୀ ଧାରଣାରେ ବସିଥିଲେ। ଅଭିଯୁକ୍ତମାନଙ୍କୁ ୨୪ ଘଣ୍ଟା ମଧ୍ୟରେ ଗିରଫ କରା ନ ଗଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି ଓମ୍‌ସା ଢେଙ୍କାନାଳ ଶାଖା ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ସମ୍ପର୍କରେ ରାଜ୍ୟ ଓମ୍‌ସାକୁ ଜଣାଇ ଦିଆଯାଇଥିବା ବେଳେ ଆବଶ୍ୟକ ପଡିଲେ ଏହାକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ଜିଲା ଶାଖା ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ପ୍ରାୟ ୧୨ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ବାଜିଚୌକ ଅଞ୍ଚଳର ବିକ୍ରମ ସିଂ(୨୮)ଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଥାନା ଅଧିକାରୀ ନମିତା ନାୟକ ସୂଚନା ଦେଇଛନ୍ତି।
ବାରମ୍ବାର ଦାବି ସତ୍ତ୍ୱେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ଆଉଟପୋଷ୍ଟ ଖୋଲାଯାଉ ନ ଥିବାରୁ ଧାରଣାରେ ବସିଥିବା ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଜଣେ ସବ୍‌ ଇନ୍ସପେକ୍ଟରସ୍ତରୀୟ ଅଧିକାରୀଙ୍କୁ ରଖାଯାଇ ଆଉଟପୋଷ୍ଟ ଖୋଲିବାକୁ ଜିଲା ଓମ୍‌ସା ସଂଘ ଦାବି କରିଛି। ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଲିଖିତ ଭାବେ ଜଣାଯିବା ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଜିଲାପାଳଙ୍କୁ ମଧ୍ୟ ଅବଗତ କରାଇଛନ୍ତି ା ଜିଲା ଓମ୍‌ସା ସମ୍ପାଦକ ଡା. ପ୍ରଦ୍ୟୋତ ବେହେରା କହିଛନ୍ତି, ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଏବଂ ସୁରକ୍ଷା ଦାବିରେ ଧାରଣା ଦିଆଯାଇଛି। ରାଜ୍ୟ ଓମ୍‌ସାକୁ ମଧ୍ୟ ଜଣାଇଛୁ। ୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତମାନେ ଗିରଫ ନ ହେଲେ ଆନ୍ଦୋଳନ ଜାରି ରହିବ। ତେବେ ଜରୁରୀ ସେବା ପାଇଁ ଓପିଡିରେ ଡାକ୍ତର ରହିଛନ୍ତି ବୋଲି ଡାକ୍ତର ବେହେରା ପ୍ରକାଶ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର କହିଛନ୍ତି, ଡାକ୍ତରମାନଙ୍କ ଦାବି ସମ୍ପର୍କରେ ଜିଲାପାଳଙ୍କୁ ଜଣାଇଦିଆଯାଇଛି। ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଅନ୍ୟମାନଙ୍କୁ ଖୁବ୍‌ଶୀଘ୍ର ଧରିବେ ବୋଲି ଆମେ ଆଶା ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri