ଆଶାକର୍ମୀଙ୍କୁ ଡାକ୍ତରଙ୍କ ମାଡ଼

କଟକ ଅଫିସ,୨୨ା୨:ଏସ୍‌ସିବି ମେଡିକାଲରେ ଆଶାକର୍ମୀଙ୍କୁ ଜଣେ ଡାକ୍ତର ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କାଶିଝିରିଆ ଗ୍ରାମର ସମ୍ପୃକ୍ତ ଆଶାକର୍ମୀ ସୋମବାର ଏସ୍‌ସିବି ମେଡିକାଲ ପରିସରସ୍ଥ ଫାଣ୍ଡିରେ ଏ ନେଇ ଏତଲା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଜନୈକା ଆଶାକର୍ମୀ ଜଣେ ମହିଳା ରୋଗୀଙ୍କୁ ବ୍ରହ୍ମଗିରିର ନୂଆଗାଁ ରେବଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ତେବେ ରୋଗୀଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସେଠାରୁ କଟକ ଆଣି
ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ। ରବିବାର ସନ୍ଧ୍ୟାରେ ରୋଗୀଙ୍କ ରକ୍ତ ସମସ୍ୟା ସମ୍ପର୍କରେ ନର୍ସ ଓ ଡାକ୍ତରଙ୍କୁ ସମ୍ପୃକ୍ତ ଆଶାକର୍ମୀ ଜଣାଇଥିଲେ। ଏହାକୁ ନେଇ ବଚସା ହେବାରୁ ସେଠାରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତର ତାଙ୍କୁ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ଏଭଳି ଘଟଣା ଏହି ମେଡିକାଲରେ ନୂଆ କଥା ନୁହେଁ। ପୂର୍ବରୁ ବିଭିନ୍ନ ସମୟରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ମେଡିକାଲର କର୍ମଚାରୀ ଏବଂ ସୁରକ୍ଷାକର୍ମୀ ଦୁର୍ବ୍ୟବହାର କରିଥିବାର ନଜିର ରହିଛି। ଗାଁ ଓ ସହରାଞ୍ଚଳରେ ସେବା ପାଇଁ ଆଶାକର୍ମୀଙ୍କୁ ସରକାର ନିୟୋଜିତ କରିବା ସହ କୋଭିଡ୍‌ ଯୋଦ୍ଧା ଭାବେ ଘୋଷଣା କରିଥିଲେ ମଧ୍ୟ ସେମାନଙ୍କ ପ୍ରତି ଏଭଳି ବ୍ୟବହାର ନିନ୍ଦନୀୟ ବୋଲି ଓଡ଼ିଶା ଆଶାକର୍ମୀ ସଂଘର ଉପଦେଷ୍ଟା ବସନ୍ତ କୁମାର ସାହୁ କହିଛନ୍ତି। ଏଥିସହ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଏସ୍‌ସିବି ମେଡିକାଲର ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଡା. ଲୁସି ଦାସ କହିଛନ୍ତି, ତାଙ୍କ ପାଖକୁ ଲିଖିତ ଅଭିଯୋଗ ଆସିନାହିଁ। ବିଭାଗୀୟ ମୁଖ୍ୟଙ୍କଠାରୁ ଘଟଣା ସମ୍ପର୍କରେ ବୁଝିବା ପରେ ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri