ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ଯାଜପୁର ଅଫିସ,୧୯ା୪: ଯାଜପୁର ଜିଲା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ପବିତ୍ର ସେଠୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ପାଇଁ ସେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଅଭିଯୋଗରେ ଡାକ୍ତର ଓ ଡାକ୍ତରଖାନାରେ କାର୍ଯ୍ୟରତ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ଅଟକ ରଖି ଜେରା କରୁଛି ଭିଜିଲାନ୍ସ ବିଭାଗ।

ସୂଚନାଯୋଗ୍ୟ, ମାର୍ଚ୍ଚ ୩୧ରେ ଦାନଗଦୀ ଅଞ୍ଚଳରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ପରେ ତାଙ୍କର ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲେ ହେଁ ମୃତକଙ୍କ ପରିବାରଲୋକଙ୍କୁ ରିପୋର୍ଟ ଦିଆଯାଉ ନ ଥିଲା। ମୃତକଙ୍କ ପୁଅ ଦାନଗଦୀ ସିଏଚ୍‌ସିକୁ ବାରମ୍ବାର ଆସି ଫେରୁଥିଲେ। ପରେ ସେ ଡାକ୍ତର ସେଠୀଙ୍କ ସହିତ ଯୋଗାଯୋଗ କରିଥିଲେ। କଥାବାର୍ତ୍ତା ସମୟରେ ଡାକ୍ତରଖାନାର ସିକ୍ୟୁରିଟି ଗାର୍ଡ ଅଭିରାମ କାଣ୍ଡିଙ୍କ ମାଧ୍ୟମରେ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।

ମୃତକଙ୍କ ପୁଅ ଏନେଇ କଟକ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ବୁଧବାର ମୃତକଙ୍କ ପୁଅ ଲାଞ୍ଚ ଟଙ୍କା ଦେଉଥିଲେ। ଏହି ସମୟରେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ସିକ୍ୟୁରିଟି ଗାର୍ଡ ଏବଂ ଡାକ୍ତରଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri