Posted inଜାତୀୟ

ପୁନିତଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କୁ ସୁରକ୍ଷା ଲୋଡା

ବେଙ୍ଗାଲୁରୁ,୭।୧୧: କନ୍ନଡ ଅଭିନେତା ପୁନିତ ରାଜକୁମାରଙ୍କ ଅକାଳ ବିୟୋଗକୁ ସପ୍ତାହରେ ଊର୍ଦ୍ଧ୍ୱ ସମୟ ବିତି ସାରିଥିଲେ ମଧ୍ୟ ତାଙ୍କ ପ୍ରଶଂସକ ଏହାକୁ ସହଜେ ଗ୍ରହଣ କରିପାରୁ ନାହାନ୍ତି। ଉପଯୁକ୍ତ ଚିକିତ୍ସା ନ ମିଳିବାରୁ ଅକାଳେ ପୁନିତ ଆଖି ବୁଜିଲେ ବୋଲି ଫ୍ୟାନ୍ସଙ୍କ ମଧ୍ୟରେ ଚର୍ଚ୍ଚା ଜୋର ଧରିଛି। ପୁନିତଙ୍କ ମୃତ୍ୟୁ ପାଇଁ ତାଙ୍କ ଫ୍ୟାମିଲି ଡାକ୍ତର ରମନ ରାଓଙ୍କୁ ଦାୟୀ କରିଛନ୍ତି ପ୍ରଶଂସକ। ଏପରିକି ପୁନିତଙ୍କ ପ୍ରଶଂସକ ଡାକ୍ତର ରମନ ରାଓଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଆକ୍ଷେପମୂଳକ ମନ୍ତବ୍ୟ ଦେଉଛନ୍ତି। ତେଣୁ ତାଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛି କର୍ନାଟକର ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ସଂଘ (PHANA) ।
ସୂଚନାଯୋଗ୍ୟ, ଅକ୍ଟୋବର ୨୯ ତାରିଖରେ ପୁନିତ ହୃଦଘାତର ଶିକାର ହୋଇଥିବା ଦିନ ରାମନା ରାଓଙ୍କୁ ତାଙ୍କ କ୍ଲିନିକରେ ଭେଟିଥିଲେ। ପୁନିତ ମାତ୍ର ୪୮ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଥିଲେ। ତାଙ୍କ ହଠାତ୍‌ ମୃତ୍ୟୁ ପ୍ରଶଂସକଙ୍କୁ ଝଟ୍‌କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri