Posted inଜାତୀୟ

ଡାକ୍ତରଙ୍କ ଜିନ୍ସ, ଅନ୍ତବସ୍ତ୍ରକୁ ହଟାଇ ଦିଆଯାଇଥିଲା…, ଆସିଲା କୋଲକାତା ମାମଲାର ବଡ ଅପଡେଟ

ନୂଆଦିଲ୍ଲୀ,୯।୯: କୋଲକାତାରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ସୋମବାର ସୁପ୍ରିମକୋର୍ଟରେ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା ଏବଂ ଅଭିଯୋଗ ମଧ୍ୟ କରାଯାଇଥିଲା। ଜଣେ ଓକିଲ ଅଭିଯୋଗ କରିଛନ୍ତି ଯେ ଭାଜାଇନାଲ ସ୍ବାବକୁ ୪ ଡିଗ୍ରୀ ସେଲସିୟସରେ ରଖାଯାଇ ନାହିଁ। ଏହା ଉପରେ ସିବିଆଇ ପାଇଁ ହାଜର ହୋଇଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ଯେ ଏହି ପ୍ରକାର ଅପରାଧରେ ପ୍ରଥମ ୫ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସେହି ସମୟରେ ସଂଗୃହିତ ପ୍ରମାଣ ଗୁରୁତ୍ୱପୂର୍ଣ୍ଣ । କ୍ରାଇମ ସିନକୁ ସୁରକ୍ଷିତ ରଖିବାକୁ ପଡିବ। ଆମ ପାଇଁ ଚ୍ୟାଲେଞ୍ଜ ହେଉଛି ସିବିଆଇ ୫ଦିନ ପରେ ଏହି ମାମଲାରେ ପ୍ରବେଶ କରିଛି।

ଏସ.ଜି. ତୁଷାର ମେହେଟ୍ଟା ଆହୁରି କହିଛନ୍ତି ଯେ ଫୋରେନସିକ ରିପୋର୍ଟରେ ଦର୍ଶାଯାଇଛି ଯେ ପୀଡ଼ିତାଙ୍କ ଜିନ୍ସ ଏବଂ ଅନ୍ତବସ୍ତ୍ରକୁ କାଢି ଦିଆଯାଇଥିଲା। ଟ୍ରେନି ଡାକ୍ତର ଅର୍ଦ୍ଧ ନଗ୍ନ ଅବସ୍ଥାରେ ଥିଲେ। ତାଙ୍କ ଶରୀରରେ ଆଘାତ ଚିହ୍ନ ରହିଥିଲା। ଏହା ପରେ ମେହେଟ୍ଟା କହିଛନ୍ତି ଯେ ପଶ୍ଚିମବଙ୍ଗ ସରକାର ନମୁନା ପଠାଇଛନ୍ତି କିନ୍ତୁ ସିବିଆଇ ଏହି ନମୁନାଗୁଡ଼ିକୁ ପୁନଃ ପରୀକ୍ଷା ପାଇଁ ଏମ୍ସ ଲ୍ୟାବକୁ ପଠାଇବାକୁ ନିଷ୍ପତ୍ତି ନେଇଛି। କିଏ ନମୁନା ସଂଗ୍ରହ କରୁଛି ତାହା ଗୁରୁତ୍ୱପୂର୍ଣ୍ଣ ହୋଇଯାଏ।
ପ୍ରଧାନ ବିଚାରପତି ପ୍ରଶ୍ନ କରିଛନ୍ତି ଯେ କ୍ରାଇମବ୍ରାଞ୍ଚର ସମ୍ପୂର୍ଣ୍ଣ ସିସିଟିଭି ଫୁଟେଜ ସିବିଆଇକୁ ଦିଆଯାଇଛି କି? ସିସିଟିଭି ଫୁଟେଜରେ ଅଭିଯୁକ୍ତଙ୍କ ପ୍ରବେଶ ଏବଂ ପ୍ରସ୍ଥାନ ଦର୍ଶାଯାଇଛି। ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ହାଜର ହୋଇଥିବା ବରିଷ୍ଠ ଓକିଲ କପିଲ ସିବଲ କହିଛନ୍ତି ଯେ ଆମେ ଏହାକୁ ସିବିଆଇକୁ ହସ୍ତାନ୍ତର କରିଛୁ। ତୁଷାର ମେହେଟ୍ଟା ମଧ୍ୟ ଏଥିରେ ସହମତ ହୋଇଥିଲେ। ଏସଜି କହିଛନ୍ତି କିନ୍ତୁ ଆମକୁ ରିକନଷ୍ଟ୍ରକଶନ କରିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri