ଶ୍ୱଶୁର ଘରେ ବେଡସିଟ୍‌ ବାନ୍ଧି ଫ୍ୟାନ୍‌ ହୁକରେ ଝୁଲିପଡ଼ିଲେ ଡାକ୍ତର ଜ୍ୱାଇଁ

ବ୍ରହ୍ମପୁର,୪ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷଣୀନୂଆଗାଁ ଥାନା ଅନ୍ତର୍ଗତ ଶକ୍ତିନଗରରେ ରବିବାର ରାତିରେ ଜଣେ ଡାକ୍ତର ତାଙ୍କ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଡା. ସୁରେନ୍ଦ୍ର କୁମାର ରଥ(୫୧)। ସୁରେନ୍ଦ୍ରଙ୍କ ଘର ରାୟଗଡ଼ା ଜିଲାରେ ହୋଇଥିବା ବେଳେ ସେ ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ମେଡିସିନ ବିଭାଗରେ କାର୍ଯ୍ୟରତ ଥିଲେ। କୌଣସି ଏକ ଘରୋଇ ଅଶାନ୍ତିରୁ ଡାକ୍ତର ସୁରେନ୍ଦ୍ର ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରୁଛି।
ପ୍ରକାଶ ଯେ, ଡାକ୍ତର ସୁରେନ୍ଦ୍ର ତାଙ୍କ ସ୍ତ୍ରୀ ନିଲମ ରଥ ଓ ପୁଅଙ୍କୁ ଧରି ପାରଳାଖେମୁଣ୍ଡିରେ ରହୁଥିଲେ। ଗତ ୧ ତାରିଖରେ ସେ ସପରିବାର ଶ୍ୱଶୁର ଘର ହଳଦିଆପଦର ଓଭରବ୍ରିଜ ଓମ ବିହାର ନିକଟ ଶକ୍ତିନଗରକୁ ଆସିଥିଲେ। କୌଣସି ଏକ କାରଣକୁ ନେଇ ସ୍ତ୍ରୀଙ୍କ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା। ରବିବାର ରାତିରେ ଖାଇ ସାରିବା ପରେ ସୁରେନ୍ଦ୍ର ଓ ତାଙ୍କ ପୁଅ ଗୋଟିଏ ଘରେ ଶୋଇଥିଲେ। ସୋମବାର ସକାଳେ ବାପାଙ୍କୁ ପାଖରେ ନ ପାଇ ପୁଅ ଚିତ୍କାର କରିଥିଲେ। ଏହାଶୁଣି ଡାକ୍ତରଙ୍କ ସ୍ତ୍ରୀ ଘର ଭିତରକୁ ଯାଇ ଦେଖନ୍ତି ସ୍ବାମୀ ବେକରେ ବେଡସିଟ ବାନ୍ଧି ଫ୍ୟାନ୍‌ ହୁକରେ ଝୁଲୁଥିବା ଦେଖିଥିଲେ। ସେ କାଳେ ବଞ୍ଚିଥିବେ ଭାବି ସ୍ତ୍ରୀ ଓ ଘରର ଅନ୍ୟ ସଦସ୍ୟମାନେ ବେଡସିଟ୍‌ କାଟି ମୃତଦେହକୁ ତଳକୁ ଆଣିଥିଲେ। ସେତେବେଳକୁ ଡାକ୍ତର ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟି ସାରିଥିଲା। ପରେ ପରିବାର ଲୋକ ଏ ନେଇ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଉକ୍ତ ଘରୁ କଟୁରି ଓ ଦୁଇଖଣ୍ଡ ହୋଇଥିବା ବେଡ଼ସିଟକୁ ମଧ୍ୟ ଜବତ କରାଯାଇଛି। ସୁରେନ୍ଦ୍ରଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନାହିଁ। ବ୍ୟବଛେଦ ରିପୋର୍ଟ ମିଳିବା ପରେ ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି। ଏ ନେଇ ନଂ.୨୨/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri