Posted inଫୁରସତ

ବର୍ଷା ବିନ୍ଦୁ ଦେଖି ଏମିତି ପ୍ରତିକ୍ରିୟା ଦେଲା କୁକୁର, ଦେଖନ୍ତୁ ମଜାଳିଆ ଭିଡିଓ

ବିଶ୍ୱରେ ପ୍ରତି ଜିନିଷ, ଜୀବଜନ୍ତୁକୁ ପ୍ରକୃତି ସୃଷ୍ଟି କରିଛି। ପ୍ରତି ମୁହୂର୍ତ୍ତରେ ପ୍ରକୃତି ନିଜର ରୂପ ରଙ୍ଗ ବି ବଦଳାଇଥାଏ। ମଣିଷ ଏହାକୁ ବୁଝିପାରେ ଏବଂ ଅନ୍ୟ ପାଖରେ ପ୍ରକାଶ କରିପାରେ। ମାତ୍ର ଜୀବଜନ୍ତୁଙ୍କ କଥା କେହି ବୁଝିପାରନ୍ତି ନାହିଁ। ବେଳେବେଳେ ପ୍ରକୃତିର ପରିବେଶ ଏମିତି ବଦଳିଯାଏ ଯେ, ପଶୁପକ୍ଷୀମାନେ ହଇରାଣରେ ପଡ଼ନ୍ତି। ଆମେ ବି ଜାଣି ପାରୁନା ଏହା ଖୁସି କି ଦୁଃଖ।

ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଖୁବ୍‌ ବର୍ଷା ହେଉଥିବା ଦେଖିବାକୁ ମିଳିଛି। ଏହି ସମୟରେ ଏକ କୁକୁର ଅଜବ କାର୍ଯ୍ୟ କରୁଥିବା ନଜର ଆସିଛି। ଭିଡିଓ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଆପଣ ଭାବିବେ ବର୍ଷା ଦେଖି କୁକୁର ପାଗଳ ପ୍ରାୟ ହୋଇଯାଇଛି। ଭିଡିଓରେ ଦେଖିବେ ଗୋଟିଏ ଗଛ ତଳେ ଏକ କାର୍‌ ପାର୍କିଂ ହୋଇଛି। ଏହା ନିକଟରେ ଏକ କଳା ରଙ୍ଗର କୁକୁର ଠିଆ ହୋଇଛି। ବର୍ଷା ହେବାରୁ କୁକୁରଟି ଅଜବ ପ୍ରତିକ୍ରିୟା ଦେଉଛି।

କୁକୁର ଦୁଇଟି ଗୋଡ଼ ଟେକି ବର୍ଷା ବୁନ୍ଦା ଧରିବାକୁ ଚେଷ୍ଟା କରୁଛି। ଏହାକୁ ଧରିବା ପାଇଁ କୁକୁରଟି ଆଡ଼େସାଡ଼େ ଦୌଡୁଛି। ଏହା ଦେଖି କେହି ବି ବୁଝି ପାରୁନାହାନ୍ତି କୁକୁରଟି ପାଗଳ ହୋଇଯାଉଛି ନା ବର୍ଷା ବୁନ୍ଦାକୁ ଉପଭୋଗ କରୁଛି।
ଭିଡିଓଟିକୁ ସୋସିଆଲ ମିଡିଆରେ ସୁଶାନ୍ତ ନନ୍ଦ ଶେୟାର କରିଛନ୍ତି। ୨୬ ଜାନୁୟାରୀରେ ଏହା ଶେୟାର ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହାକୁ ୭୫୦୦ ଲୋକ ଦେଖି ସାରିଲେଣି। ୮୨୬ ଜଣ ଲାଇକ୍‌ କରିନ୍ତି। ୯୧ ଜଣ ରିଟୁଇଟ୍‌ କରିଛନ୍ତି। ଅନେକ ୟୁଜର ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ପୁଣି ପ୍ରଶ୍ନପତ୍ର ଲିକ୍‌: ୨ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତରମନ୍ତରରେ ପେପର ଲିକ ନେଇ ଚାଲିଥିବା ପ୍ରତିବାଦ ମଧ୍ୟରେ, ଉତ୍ତରାଖଣ୍ଡରେ ଆଉ ଏକ ପେପର ଲିକ ଖବର ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡ ବୈଷୟିକ ବିଶ୍ୱବିଦ୍ୟାଳୟରେ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri