ଚିଲିକାରେ ଡଲ୍‌ଫିନ୍‌ ଗଣନା ସରିଲା

ବ୍ରହ୍ମଗିରି,୧୦ା୧(ଡି.ଏନ୍‌.ଏ): ଚିଲିକାରେ ରବିବାର ଡଲ୍‌ଫିନ୍‌ ଗଣନା ଶେଷ ହୋଇଛି। ଚିଲିକାରେ ଥିବା ଇରାୱାଡ଼ି ଡଲ୍‌ଫିନ୍‌ଙ୍କ ସ୍ଥିତି ଜାଣିବା ପାଇଁ ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ସହଯୋଗରେ ସକାଳ ୬ଟାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ସରିଥିଲା। ଇରାୱାଡ଼ି ଡଲ୍‌ଫିନ୍‌ ଦେଖିବା ପାଇଁ ଏଠାକୁ ଦେଶବିଦେଶରୁ ପର୍ଯ୍ୟଟକମାନେ ଆସିଥାନ୍ତି। ଏହି ଡଲ୍‌ଫିନ୍‌ଙ୍କ ସୁରକ୍ଷା ଓ ସ୍ଥିତି ସମ୍ପର୍କରେ ଜାଣିବା ପାଇଁ ସରକାର ପ୍ରତିବର୍ଷ ଗଣନା କାର୍ଯ୍ୟ କରିଥାନ୍ତି। ଚଳିତ ବର୍ଷ ବାଲୁଗାଁ ୱାଇଲ୍ଡ ଲାଇଫ୍‌ ଡିଭିଜନ ତରଫରୁ ଗଣନା କାର୍ଯ୍ୟ କରାଯାଇଛି। ଏଥିରେ ବାଲୁଗାଁ ଡିଭିଜନରୁ ୧୦ଟି ଓ ସାତପଡ଼ା ଡିଭିଜନରୁ ୮ଟି ଦଳରେ ବନ ବିଭାଗ କର୍ମଚାରୀ, ଡଲ୍‌୍‌ଫିନ୍‌ ରିସର୍ଚ୍ଚ ପର୍ସନ, ଓୟୁଏଟି ଛାତ୍ର, ସିଡିଏ କର୍ମଚାରୀ ଏବଂ ସ୍ଥାନୀୟ ମୋଟର ବୋଟ୍‌ କର୍ମଚାରୀ ସାମିଲ ଥିଲେ। ପ୍ରତି ଦଳରେ ୬ ଜଣ ସଦସ୍ୟ ରହି ଟ୍ରାଞ୍ଜିଟ ପଦ୍ଧତି ଦ୍ୱାରା ଗଣନା କାର୍ଯ୍ୟ କରିଥିଲେ। ଗତ ବର୍ଷ ଚିଲିକାରେ ୧୮୫ଟି ଡଲ୍‌ଫିନ୍‌ ଥିଲା। ତେବେ ଚଳିତବର୍ଷ କମ୍‌ ସଂଖ୍ୟକ ଡଲ୍‌ଫିନ୍‌ ଦେଖାଯାଇଥିବା କେତେକ ଗଣନାକାରୀ ଦଳ କହିଛନ୍ତି। ସମସ୍ତ ଦଳର ତଥ୍ୟକୁ ନେଇ ଚୂଡ଼ାନ୍ତ ଫଳ ପ୍ରକାଶ ପାଇବ ବୋଲି ଏସିଏଫ୍‌ ଶରତ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri