ଆଜିଠୁ ଖୋଲିବ ପାହାଳ ମିଠା ମାର୍କେଟ 

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଭୁବନେଶ୍ବର ଉପକଣ୍ଠ ପାହାଳ ବଜାର ଆଜିଠୁ ଖୋଲିବ। ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ମିଠା ବ୍ୟବସାୟ ବନ୍ଦ କରିବାକୁ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଥିଲା ।
ତେବେ ଆଜିଠାରୁ ମିଠା ଦର ବଢ଼ିବ । ଗତ ମାସ ୧ ତାରିଖରୁ ଓମଫେଡ୍‌ କ୍ଷୀର ଲିଟର ପ୍ରତି ୪ ଟଙ୍କା ଏବଂ ଗୋଖାଦ୍ୟ ଓ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହୋଇଛି। ତେଣୁ ଭୁବନେଶ୍ବର ଉପକଣ୍ଠ ପାହାଳ ବଜାରକୁ ଛେନା ଯୋଗାଣ କରୁଥିବା ବ୍ୟବସାୟୀ ସଂଘ ମାଧ୍ୟମରେ ଛେନା କିଲୋ ପ୍ରତି ୨୦ ଟଙ୍କା ବୃଦ୍ଧି କରିଛନ୍ତି । ଏଥିପାଇଁ ପାହାଳ ରସଗୋଲା ବ୍ୟବସାୟୀ ସଂଘର ସଭାପତିଙ୍କ ଅଧ୍ୟକ୍ଷତାରେ ବ୍ୟବସାୟୀଙ୍କ ଉପସ୍ଥିତିରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।
ସର୍ବସମ୍ମତିକ୍ରମେ ବିଭିନ୍ନ ମିଠାରେ ବର୍ଦ୍ଧିତ ଦର ଲାଗୁ ହେବ ବୋଲି ସ୍ଥିର କରାଯାଇଛି। ୫ ଟଙ୍କିଆ ମିଠା ୬ ଟଙ୍କା, ୧୦ ଟଙ୍କିଆ ମିଠା ୧୨ ଟଙ୍କା, ୨୦ ଟଙ୍କିଆ ୨୫ ଟଙ୍କା, ଛେନାଗଜା କେଜି ପ୍ରତି ୨୨୦ ଟଙ୍କା ଓ ଛେନାପୋଡ଼ା  କେଜି ପ୍ରତି ୨୮୦ ଟଙ୍କା ସ୍ଥିର କରାଯାଇଛି । ସଂଘରେ ପ୍ରାୟ ୭୦ଟି ମିଠା ବ୍ୟବସାୟ ପ୍ରତିଷ୍ଠାନ ରହିଛି । ଦୈନିକ ପ୍ରାୟ ୪ ଟନ ଛେନାରେ ମିଠା ପ୍ରସ୍ତୁତ କରାଯାଇ ଓଡ଼ିଶାର ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଜିଲାର ବିଭିନ୍ନ ସହରକୁ ଏଠାରୁ ପଠାଯାଇଥାଏ ।

Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri