Posted inଜାତୀୟ

ଡବଲ୍‌ ଇଞ୍ଜିନ କୋଇଲାର ଥିଲା, କଳଙ୍କି ଲାଗି ଗଲାଣି; ଆମର ବିଦ୍ୟୁତଯୁକ୍ତ ନୂଆ ଇଞ୍ଜିନ: କେଜ୍‌ରିଓ୍ବାଲ

ଅହମ୍ମଦାବାଦ,୧୫।୧୧: ଆଗାମୀ ଗୁଜରାଟ ଉପନିର୍ବାଚନରେ ବାଜିମାତ କରିବା ଲାଗି ଅଣ୍ଟା ଭିଡିଛି ଆମ୍‌ ଆଦମୀ ପାର୍ଟୀ(ଏଏପି)। ଅନେକ ପ୍ରସଙ୍ଗ ଉଠାଇ ଦଳ ଶାସକ ଭାଜପାକୁ ଟାର୍ଗେଟ କରୁଛି। ଏହି କ୍ରମରେ ମଙ୍ଗଳବାର ଏକ କାର୍ଯ୍ୟକ୍ରମରେ ଭାଗ ନେଇ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଭାଜପାକୁ କଟାକ୍ଷ କରିଛନ୍ତି। ଡବଲ ଇଞ୍ଜିନ କୋଇଲାର ଥିଲା। ସେଥିରେ କଳଙ୍କି ଲାଗି ଗଲାଣି। ଆମେ ବିଦ୍ୟୁତଯୁକ୍ତ ନୂଆ ଇଞ୍ଜିନ। ଲୋକେ ଏବେ ନୂଆ ଇଞ୍ଜିନ ଚାହୁଁଛନ୍ତି ବୋଲି କେଜ୍‌ରିଓ୍ବାଲ କହିଛନ୍ତି।

ରାଜ୍ୟରେ ଭାଜପାର ୨୭ ବର୍ଷର ଶାସନ ଉପରେ ପ୍ରତିକ୍ରିୟା ରଖି କେଜ୍‌ରିଓ୍ବାଲ କହିଛନ୍ତି, ବର୍ଷକ ପରେ ଗଛରେ ବି ନୂଆ ପତ୍ର ଆସେ। ଗଣତନ୍ତ୍ରରେ ହାରିବା ଏବଂ ଜିତିବା ସାଧାରଣଜନତାଙ୍କ ଉପରେ। ନିର୍ବାଚନର ୩ ଦିନ ପୂର୍ବରୁ ସ୍ଥିତି ସ୍ପଷ୍ଟ ହୋଇଯିବ ବୋଲି ସେ କହିଛନ୍ତି।

ଏହାଛଡ଼ା କେଜ୍‌ରିଓ୍ବାଲ ମାଗଣା ବିଜୁଳି ପ୍ରସଙ୍ଗରେ ସମାଲୋଚନାକୁ ନେଇ କହିଛନ୍ତି, ଆମକୁ ଧନୀ ଦେଶ ହେବାର ଅଛି। ତେଣୁ ଜନସାଧାରଣଙ୍କୁ ମାଗଣା ଶିକ୍ଷା ଦେବାକୁ ହେବ। ହେଲେ ନେତାମାନେ ଏହାକୁ ମାଗଣା ରାବିଡି ବୋଲି କହୁଛନ୍ତି। ଏଭଳି ସରକାରଙ୍କୁ ଇସ୍ତଫା ଦେଇଦେବା ଉଚିତ। ଦେଶବାସୀଙ୍କ ଅପମାନ କରନ୍ତୁନାହିଁ। ସମସ୍ତ ନେତାମାନଙ୍କୁ ୪ ହଜାର ୟୁନିଟ୍‌ ମାଗଣା ବିଜୁଳି ମିଳୁଛି। ହେଲେ ଜନସାଧାରଣଙ୍କୁ ୩୦୦ ୟୁନିଟ୍‌ ମାଗଣା ବିଜୁଳି ଦେଲେ ଲୋକେ ଗାଳି କରୁଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri