ବଦଳି ପରେ ବି ଜଗତ୍‌ସିଂହପୁର ଛାଡୁନାହାନ୍ତି ଡିପିସି

ଜଗତ୍‌ସିଂହପୁର ଅଫିସ,୧୮।୯: ସର୍ବଶିକ୍ଷା ଅଭିଯାନ ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି) ସପନ ଜେନାଙ୍କ ପଦୋନ୍ନତି ହୋଇଛି। ସେ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ପଦବୀ ଅଳଙ୍କୃତ କରିଛନ୍ତି। ପଦୋନ୍ନତି ପରେ ୮ ତାରିଖରେ ତାଙ୍କୁ ନୟାଗଡ଼ ଡିଇଓ ଭାବେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଏଥିମଧ୍ୟରେ ୯ ଦିନ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ସେ ଜଗତ୍‌ସିଂହପୁର ଛାଡିନାହାନ୍ତି। କାହିଁକି ଛାଡୁନାହାନ୍ତି ତାକୁ ନେଇ ନାନା କଥା ଆଲୋଚନା ଚାଲିଛି। ଏ ସମ୍ପର୍କରେ ସ୍ଥାନୀୟ କେତେଜଣ ବୁଦ୍ଧିଜୀବୀ ପ୍ରତିକ୍ରିୟାରେ କହିଛନ୍ତି, ଜେନା ଜଗତ୍‌ସିଂହପୁର ଜିଲାରେ ପାଖାପାଖି ୧୨ ବର୍ଷରୁ ଅଧିକ ସମୟ କଟାଇ ସାରିଲେଣି। ୧୯୯୬ରୁ ପାଖାପାଖି ୬/୭ ବର୍ଷ କାଳ ରଘୁନାଥପୁର ପି.ସି. ବିଦ୍ୟାପୀଠର ପ୍ରଧାନଶିକ୍ଷକ ଥିଲେ। ପରେ ଅନ୍ୟତ୍ର ବଦଳି ହୋଇ ଯାଇଥିଲେ। ୨୭ା୬ା୨୦୧୪ରୁ ଡିପିସି ଭାବେ ପୁଣି ଜଗତ୍‌ସିଂହପୁର ଫେରିଥିଲେ। ସେବେଠାରୁ ୬ ବର୍ଷରୁ ଅଧିକ ସମୟ ହେବ ଜଗତ୍‌ସିଂହପୁର ଡିପିସି ଭାବେ କାମ କରି ଆସୁଥିଲେ। ଏବେ ପଦୋନ୍ନତି ଓ ବଦଳି ହେଲା ପରେ ସେ ଜଗତ୍‌ସିଂହପୁର ଡିଇଓ ହେବାକୁ ଚାହୁଁଥିବା ସହରରେ ଚର୍ଚ୍ଚା ଚାଲିଛି। ଏ ସମ୍ପର୍କରେ ଜେନାଙ୍କୁ ପଚାରିବାରୁ ସେ କହିଥିଲେ, ପୂର୍ବରୁ ପ୍ରଧାନଶିକ୍ଷକ ଭାବେ ପାଖାପାଖି ୪ ବର୍ଷ ରହିଥିଲେ। ଏବେ ଡିପିସି ଭାବେ ୬ ବର୍ଷରୁ ଅଧିକ ସମୟ ରହିଲେଣି। ଜଗତ୍‌ସିଂହପୁର ଡିଇଓଙ୍କ ବଦଳି ହୋଇଛି। ତେଣୁ ତାଙ୍କୁ ଏହି ସ୍ଥାନରେ ରଖିବା ପାଇଁ ସେ ବିଭାଗୀୟ ନିର୍ଦ୍ଦେଶକଙ୍କୁ ଅନୁରୋଧ କରିଛନ୍ତି। ସେ କଟକରେ ରହୁଥିବାରୁ ନୟାଗଡ଼ ଦୂର ହେବ। ତେଣୁ ବଦଳି ବାତିଲ ପାଇଁ ନିର୍ଦ୍ଦେଶକଙ୍କ ନିକଟରେ ନିବେଦନ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?