୧୦ କୁକୁଡ଼ା ଗିଳିଦେଲା ଅଜଗର

ଅନୁଗୋଳ, ୨୬।୯(ଅମିତ କୁମାର ସାମଲ):ଅନୁଗୋଳ ଜିଲା ବନ୍ତଳା ଥାନା ଧୋକୁଟା ଗ୍ରାମର ଜନକ ନାୟକଙ୍କ କୁକୁଡ଼ା ଫାର୍ମରେ ସୋମବାର ଏକ ଅଜଗର ପଶି ୧୪ କୁକୁଡ଼ା ମାରିବା ସହ ୧୦ଟିକୁ ଗିଳି ଦେଇଥିବା ଅଭିଯୋଗ ହୋଇଛି। ଜନକଙ୍କଠାରୁ ଖବରପାଇ ସର୍ପ ଉଦ୍ଧାରକାରୀ ଟିମ୍‌ର ସଦସ୍ୟମାନେ ପହଞ୍ଚି ଅଜଗରକୁ ଉଦ୍ଧାର କରି ଅନୁଗୋଳ ରେଞ୍ଜ ଅଧିକାରୀଙ୍କୁ ହସ୍ତାନ୍ତର କରିଥିଲେ। ପରେ ସାପଟିକୁ ସାତକୋଶିଆ ଅଭୟାରଣ୍ୟର କୃଷ୍ଣଚକ୍ରଗଡ଼ ସଂରକ୍ଷିତ ଜଙ୍ଗଲରେ ଛଡ଼ାଯାଇଥିବା ରେଞ୍ଜର ହରମୋହନ ନାୟକ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ଜନକ ସକାଳେ ତାଙ୍କ ଫାର୍ମରେ କାର୍ଯ୍ୟ କରୁଥିଲେ। ଏହି ସମୟରେ କେତୋଟି କୁକୁଡ଼ା ଉଚ୍ଚ ସ୍ବରରେ ବୋବାଇବାରୁ କିଛି ଅଘଟଣ ଆଶଙ୍କାରେ ସେ ସେଠାକୁ ଯାଇଥିଲେ। ଫାର୍ମ ଭିତରରେ ଏକ ଅଜଗର ପଶି କୁକୁଡ଼ା ମାରିବା ସହିତ ଗିଳି ଦେଇଥିବା ସେ ଦେଖିବାକୁ ପାଇଥିଲେ। ଏ ନେଇ ତାଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ ଜନକ ଦାବି କରିଛନ୍ତି। ତେବେ ଏପରି ଘଟଣାରେ କ୍ଷତିପୂରଣ ଦିଆଯିବା ବ୍ୟବସ୍ଥା ନ ଥିବା ବନ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri