ବଇଣ୍ଡାରେ ପୁଣି ଭାଙ୍ଗିଲା ଡ୍ରେନ

ବଇଣ୍ଡା,୧୬।୧୦(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ନିର୍ମାଣ କରାଯାଉଥିବା ଡ୍ରେନ୍‌ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ବିଭିନ୍ନ ସ୍ଥାନରେ ଭାଙ୍ଗିଯାଉଛି। ଫଳରେ ଉକ୍ତ ଡ୍ରେନ୍‌ ଗୁଡିକର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାମ କରୁଥିବା ଠିକାସଂସ୍ଥା ଏବଂ ବିଭାଗୀୟ ଯନ୍ତ୍ରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଏହି କାମ ଗୁଡିକ ଅତି ନିମ୍ନମାନର ହେଉଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କୁ ଶନିବାର ଏକ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।
ଗ୍ରାମବାସୀ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ବଇଣ୍ଡା ଅଞ୍ଚଳରେ ଚାଲୁଥିବାବେଳେ ଉଭୟ ପାର୍ଶ୍ୱରେ ୫୦ ପ୍ରତିଶତ ଡ୍ରେନ୍‌ କାମ ଶେଷ ହୋଇଛି। ହେଲେ ସେ ଗୁଡିକ ଅତି ନିମ୍ନମାନର ହେଉଥିବା ଯୋଗୁ ଏବେ ଗୋଟିଏ ପରେ ଗୋଟିଏ ସ୍ଥାନରୁ ଭାଙ୍ଗିବାକୁ ଲାଗିଛି। ଶୁକ୍ରବାର ପୁଣି ଅନୁଗୋଳ ସଂଯୁକ୍ତ ବ୍ୟାଙ୍କ ବଇଣ୍ଡା ଶାଖା ନିକଟ ଡ୍ରେନ ଭାଙ୍ଗିଯାଇଛି। ବିଶେଷ କରି ଆବଶ୍ୟକ ପରିମାଣର ରଡ୍‌ ଲଗାଯାଉ ନ ଥିବାରୁ ଡ୍ରେନ ଗୁଡିକ ଭାଙ୍ଗିବାକୁ ବସିଛି। ଫଳରେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। କିଛିଦିନ ତଳେ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ନିକଟରେ ନିର୍ମାଣ ହୋଇଥିବା ଡ୍ରେନର ଛାତ ଭୁଶୁଡି ପଡିଥିବାବେଳେ ଠିକାସଂସ୍ଥା ପକ୍ଷରୁ ମରାମତି କରା ନ ଯାଇ ବିପଦ ଫଳକ ମାରି ଦିଆଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଡ୍ରେନ୍‌ ଭାଙ୍ଗି ଯାଉଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀ କହିଛନ୍ତି, କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ୪ ଲେନ ରାସ୍ତା କାମ ବଇଣ୍ଡା ଅଞ୍ଚଳରେ କରାଯାଉଛି। ବହୁ ବିଳମ୍ବରେ କାମ ଚାଲୁଥିବାବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନ କାର୍ଯ୍ୟ ସମାପ୍ତ ହୋଇନାହିଁ। ବିଶେଷ କରି ବଇଣ୍ଡା ଅଞ୍ଚଳରେ ନିର୍ମାଣ ହୋଇଥିବା ଡ୍ରେନ ଗୁଡିକରେ ଆବଶ୍ୟକ ପରିମାଣର ରଡ୍‌ ଲଗାଯାଉ ନାହିଁ। ବିଳମ୍ବିତ ରାତିରେ ଏହି କାମ ଗୁଡିକ କରାଯାଉଥିବାବେଳେ ଜାତୀୟ ରାଜପଥ ବିଭାଗର କୌଣସି ଅଧିକାରୀ ଉପସ୍ଥିତ ରହୁ ନ ଥିବା ଯୋଗୁ ଠିକାସଂସ୍ଥା ଅତି ନିମ୍ନମାନର କାମ କରୁଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ନେଇ ପୂର୍ବରୁ ବଇଣ୍ଡା ଗ୍ରାମବାସୀ ବହୁବାର ଠିକାସଂସ୍ଥାଠାରୁ ଆରମ୍ଭ କରି ଜିଲା ପ୍ରଶାସନଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ଅନୁଗୋଳ ଜିଲାପାଳ ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହୋଇଛି। ଏ ନେଇ ଠିକାସଂସ୍ଥାର ପରିଚାଳକ ଜିତେନ୍ଦ୍ର ବେହେରାଙ୍କୁ ପଚାରିବାରୁ କୌଣସି ଉତ୍ତର ନ ଦେଇ ପ୍ରସଙ୍ଗକୁ ଏଡାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?