ଜଗତ୍‌ସିଂହପୁରରେ ଡ୍ରେନ୍‌ ସମସ୍ୟା ଚିନ୍ତାଜନକ

ଜଗତ୍‌ସିଂହପୁର ଅଫିସ,୨୭ା୫: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଅଛି। ଏନେଇ ରାଜ୍ୟ ସରକାର ତଥା ନଗର ଉନ୍ନୟନ ବିଭାଗ ପକ୍ଷରୁ ମଧ୍ୟ ବିଭିନ୍ନ ସମୟରେ ରାଜ୍ୟର ସମସ୍ତ ପୌର ପରିଷଦ, ମ୍ୟୁନିସିପାଲିଟିକୁ ଏସଂକ୍ରାନ୍ତରେ ଚିଠି କରାଯାଏ। କିନ୍ତୁ ବାସ୍ତବତା କିଛି ନିଆରା। ବର୍ଷାଦିନ ଆସିଲେ ତା’ପୂର୍ବରୁ ଡ୍ରେନ୍‌ ଓ ନାଳ ସଫେଇ କରାଯାଏ। ସଫେଇ ନାଁରେ ହରିଲୁଟ୍‌ ଚାଲେ। ପ୍ରତିକାର ହୁଏନାହିଁ। ଜଗତ୍‌ସିଂହପୁର ସହରରେ ଦୀର୍ଘ ବର୍ଷ ଧରି ଡ୍ରେନ୍‌ ସମସ୍ୟା ଲାଗି ରହିଛି। ପ୍ରତିବର୍ଷ ମରାମତି ଓ ସଫେଇ ନାଁରେ ପ୍ରଚୁର ଅର୍ଥ ଖର୍ଚ୍ଚ ହେଉଛି। ଜବରଦଖଲ ହଟେଇବା ପାଇଁ ନୋଟିସ୍‌ ହେଉଥିଲେ ସୁଦ୍ଧା ଉଚ୍ଛେଦ କରାଯାଉନି। ଆଗକୁ ବର୍ଷାଦିନ ଆସୁଥିବାରୁ ଡ୍ରେନ୍‌ ସମସ୍ୟାକୁ ନେଇ ସହରବାସୀ ଚିନ୍ତିତ ହେବାସହ ଅସନ୍ତୋଷବ୍ୟକ୍ତ କରିଛନ୍ତି।
ଜଗତ୍‌ସିଂହପୁର ସହରରେ ଥିବା ଡ୍ରେନ୍‌ଗୁଡିକ ହେଲା ନାଗପୁର, ପାଣିଶାଳିଆ ଓ ମାଧପୁର। ନାଗପୁର ଡେନ୍‌ ଜଗତ୍‌ସିଂହପୁରରୁ ନାଗପୁର ପର୍ଯ୍ୟନ୍ତ ଲମ୍ବିଥିବା ବେଳେ ସେଥିରୁ ୩ କିଲୋମିଟର ଜଗତ୍‌ସିଂହପୁର ପୌରପରିଷଦ ଅଧୀନରେ ଯାଉଛି। ଏହା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ରାସ୍ତାର ଅପରପାର୍ଶ୍ୱରୁ ବାହାରି ଟାଉନ ହଲ୍‌ ଛକ-ସିପି-ଖେରସ ମୌଜାଦେଇ ପୁରୋହିତପୁର ପାଖ ନାଳରେ ପଡ଼ିଛି। ଜଗତ୍‌ସିଂହପୁର ସହରରେ ଏହି ଡ୍ରେନ୍‌ର ଓସାର ପାଖାପାଖି ୩୦ ଫୁଟ ହେବ ବୋଲି କୁହାଯାଉଥିବା ବେଳେ ସେଥିରୁ ଅଧିକାଂଶ ଜବରଦଖଲ ହୋଇଯାଇଛି। ଏବେ ଓସାର ମାତ୍ର ୫/୬ ଫୁଟ ଭିତରେ ରହୁଥିବା ସୂଚନା ମିଳିଛି। ସେହିପରି ପାଣିଶାଳିଆ ଡ୍ରେନ୍‌ର ଦୈର୍ଘ୍ୟ ପାଖାପାଖି ୧.୫ କିଲୋମିଟର ହେବ। ଏହା ସହରରେ ଥିବା ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ନିକଟରୁ ବାହାରି ବସଷ୍ଟାଣ୍ଡ, ଟାଉନ ହଲ୍‌ ଛକ ଦେଇ ପାଣିଶାଳିଆ ଅମୁହଁାଦଣ୍ଡା ପର୍ଯ୍ୟନ୍ତ ଲମ୍ବିଛି। ଏହି ଡ୍ରେନ୍‌ ମଧ୍ୟ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ବିଶେଷକରି ବସ୍‌ଷ୍ଟାଣ୍ଡ, ଟାଉନ ହଲ୍‌ ଛକ ଆଦି ସ୍ଥାନରେ ଅଧିକ ଜବରଦଖଲ ହୋଇଛି। ମାଧପୁର ଡ୍ରେନ୍‌ର ଲମ୍ବ ପାଖାପାଖି ୨ କିଲୋମିଟର ହେବ। ଏହି ଡ୍ରେନ୍‌ର କମ୍‌ ସ୍ଥାନ ଜବରଦଖଲ ହୋଇଥିଲେ ସୁଦ୍ଧା ଆପାତତଃ ଭଲ ସ୍ଥିତିରେ ଅଛି। ଏସବୁ ଡ୍ରେନ୍‌ ଦୀର୍ଘ ବର୍ଷ ଧରି ଜବରଦଖଲ ଯୋଗୁ ଜଳ ନିଷ୍କାସନରେ ବାଧା ଉପୁଜିଛି। ନାଗପୁର ଡ୍ରେନ୍‌ଟି ସବୁଠାରୁ ଅଧିକ ଅବ୍ୟବସ୍ଥିତ ଅବସ୍ଥାରେ ରହିଛି । ଜବରଦଖଲ ସାଙ୍ଗକୁ ବ୍ୟବସାୟୀମାନେ ଏଥିରେ ଅଳିଆଆବର୍ଜନା ପକାଉଥିବାରୁ ଦୁର୍ଗନ୍ଧରେ ନାକ ଫାଟି ପଡୁଛି । ସହରର କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଜବରଦଖଲ କରିଥିବାରୁ ପରିଷଦଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ପଦକ୍ଷେପ ନେବାକୁ ଆଗପଛ ହେଉଛନ୍ତି।
ସମ୍ପର୍କରେ ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହ କହିଛନ୍ତି, ବାସ୍ତବରେ ଜଗତ୍‌ସିଂହପୁର ପୌରାଞ୍ଚଳରେ ଡ୍ରେନ୍‌ ସମସ୍ୟା ଚିନ୍ତାଜନକ। ଜବରଦଖଲ ହେଉଛି ଏକ ମୁଖ୍ୟ ସମସ୍ୟା। ପ୍ରତିବର୍ଷ ବର୍ଷାଦିନ ପୂର୍ବରୁ ପୌର ପରିଷଦ ସଫେଇ କରାଯାଉଛି। ବାସ୍ତବରେ ଡ୍ରେନ୍‌ ସମସ୍ୟାର ସ୍ଥାୟୀ ପ୍ରତିକାର ଡ୍ରେନେଜ୍‌ ଡିଭିଜନ୍‌ କରିବା କଥା। ଯାହା ହେଉନାହିଁ । ତେଣୁ ନିକଟରେ ଜଗତ୍‌ସିଂହପୁର ଡ୍ରେନେଜ୍‌ ଡିଭିଜନ୍‌କୁ ସହରରେ ଥିବା ଡ୍ରେନ୍‌ଗୁଡିକର ମରାମତି, ସଫେଇ ସମେତ ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନେବାକୁ ଚିଠି କରାଯାଇଥିବା ସିଂହ କହିଛନ୍ତି। ଏଥିସହ ପରିଷଦ ଅଞ୍ଚଳକୁ ୫ଟି ଜୋନରେ ବିଭକ୍ତ କରାଯାଇଛି। ସପ୍ତାହରେ ଗୋଟିଏ ଦିନ ଗୋଟିଏ ଜୋନର ଡ୍ରେନ୍‌ ଓ ପରିମଳ ସମସ୍ୟାର ସମାଧାନ ପାଇଁ ସମୟ ଦିଆଯିବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri