ତିହିଡ଼ି ବଜାରରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ

ତିହିଡ଼ି,୧୨ା୬ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବଜାରରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଦିନେ ବର୍ଷା ହେଲେ ସପ୍ତାହକ ପର୍ଯ୍ୟନ୍ତ ପାଣି ଜମି ରହୁଛି।  ରାସ୍ତାର ଉଭୟପାର୍ଶ୍ୱରେ ବର୍ଷା ପାଣି ଜମି ରହିବା ଫଳରେ ଦୁର୍ଗନ୍ଧ ହେବା ସହ ପରିବେଶ ପ୍ରଦୂଷିତ ହେଉଛି। ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥ ନିର୍ମାଣ ସମୟରେ ତିହିଡ଼ି ବଜାରରେ ପାଣି ନିଷ୍କାସନର କୌଣସି ବ୍ୟବସ୍ଥା କରାଯାଇ ନ ବାରୁ ଏପରି ସ୍ଥିତି ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଲୋକେ ଏନେଇ ଅସନ୍ତୋଷ ପ୍ରକାଶ କରି ଗ୍ରାମ୍ୟ ଉନ୍ନୟନ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ରାସ୍ତାର ଗୋଟିଏ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା କରାଯାଇଥିଲା। ମାତ୍ର କିଛି ମାସ ପରେ ଏହା ବିପର୍ଯ୍ୟସ୍ତ ହୋଇପଡ଼ିଥିଲା। ଅସରାଏ ବର୍ଷା ହେଲେ ରାସ୍ତାର ଉଭୟପାର୍ଶ୍ୱରେ ସପ୍ତାହେ ଯାଏ ପାଣି ଜମି ରହି ଦୁର୍ଗନ୍ଧ ବାହାରୁଛି।
ତିହିଡ଼ି ବଜାରରେ ରାସ୍ତାପାର୍ଶ୍ୱରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଏହି ଦୁର୍ଗନ୍ଧ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ବର୍ଷା ସମୟରେ ରାସ୍ତାର ଗୋଟେ ପାର୍ଶ୍ୱରୁ ଅପର ପାର୍ଶ୍ୱକୁ ଯିବା ସମ୍ଭବ ହେଉନାହିଁ। ଏଥିଯୋଗୁ ବଜାରକୁ ବିଭିନ୍ନ ଅଞ୍ଚଳରୁ ଆସୁଥିବା ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଆଗକୁ ବର୍ଷାଦିନ ଆସୁଥିବାରୁ ଡ୍ରେନେଜ ବ୍ୟବସ୍ଥା ନ ସୁଧାରିଲେ ତିହିଡ଼ି ବଜାର ନର୍ଦ୍ଦମା ପାଣିରେ ଭାସିବ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକେ। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସେମାନେ ଦାବି କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri