Posted inଖେଳ

ଟେନ୍‌ସନ୍‌ରେ ଏହି ୨ କ୍ରିକେଟର୍‌

ଲଣ୍ଡନ,୯।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଡ୍ରରେ ଶେଷ ହୋଇଛି। ବର୍ଷା ହେତୁ ପଞ୍ଚମ ଦିନରେ ଗୋଟିଏ ବଲ ବୋଲିଂ ହୋଇପାରି ନଥିଲା, ଯାହା ଫଳରେ ଟେଷ୍ଟ ଡ୍ର’ ହୋଇଥିଲା। ପ୍ରଥମ ଟେଷ୍ଟରେ ଭାରତ ଜିତିବାର ସୁଯୋଗ ପାଇଥିଲା, କିନ୍ତୁ ଖରାପ ପାଗ ଭାରତର ଆଶାକୁ ନଷ୍ଟ କରି ଦେଇଥିଲା। ଏହି ମ୍ୟାଚର କୌଣସି ଫଳାଫଳ ନ ଥିଲେ ମଧ୍ୟ ବିରାଟ କୋହଲି ଏବଂ ଅଜିଙ୍କେ ରାହାନେଙ୍କୁ ଏହି ମ୍ୟାଚରୁ ବହୁତ ଟେନସନ ମିଳିଛି। ଉଭୟ ଖେଳାଳି ଏହି ମ୍ୟାଚର ପ୍ରଥମ ଇନିଂସରେ ଭଲ ଖେଳି ନ ଥିଲେ। କୋହଲି ପ୍ରଥମ ଇନିଂସରେ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇଥିବାବେଳେ ରାହାନେ ୫ ରନ କରି ଆଉଟ ହୋଇଥିଲେ।
ବିରାଟ କୋହଲି: ଭାରତୀୟ ଅଧିନାୟକ ବିରାଟ କୋହଲି ନଭେମ୍ବର ୨୦୧୯ରେ ବାଂଲାଦେଶ ବିପକ୍ଷରେ ଶେଷ ଟେଷ୍ଟ ଶତକ ହାସଲ କରିଥିଲେ, କିନ୍ତୁ ଏହା ପରେ ସେ ୧୫ଇନିଂସରେ ଗୋଟିଏ ବି ଶତକ ହାସଲ କରିପାରି ନାହାନ୍ତି। ସେ ଗତ ୧୫ ଟେଷ୍ଟ ଇନିଂସରେ ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ୬ ଥର ଡବଲ ଫିଗରକୁ ଛୁଇଁ ପାରି ନାହାନ୍ତି ସେ। ଏହି ସମୟ ମଧ୍ୟରେ କୋହଲି ୩ ଥର ଆକାଉଣ୍ଟ ଖୋଲିପାରି ନ ଥିଲେ। ଏଭଳି ପରିସ୍ଥିତିରେ ତାଙ୍କର ନିରନ୍ତର ଖରାପ ପ୍ରଦର୍ଶନ ସମସ୍ତଙ୍କ ଚିନ୍ତା ବଢାଉଛି। ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଜେମ୍ସ ଆଣ୍ଡରସନ ତାଙ୍କୁ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇଥିଲେ।
ଅଜିଙ୍କେ ରାହାନେ: ଅଜିଙ୍କେ ରାହାନେଙ୍କ ବ୍ୟାଟ ମଧ୍ୟ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ କାମ କରି ନ ଥିଲା। ସେ ୫ ବଲରେ ୫ ରନ କରିଥିଲେ। ରାହାନେ ମଧ୍ୟ ଖରାପ ଫର୍ମ ସହିତ କ୍ରମାଗତ ଭାବରେ ସଂଘର୍ଷ କରୁଛନ୍ତି। ଏବେ ମଧ୍ୟ ଦଳରେ ତାଙ୍କ ସ୍ଥାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯଦି ଆମେ ଚଳିତ ବର୍ଷ ଟେଷ୍ଟ କ୍ରିକେଟରେ ରାହାନେଙ୍କ ପ୍ରଦର୍ଶନ ବିଷୟରେ କହିବା, ତେବେ ସେ ଗତ ୧୩ ଇନିଂସରେ ଗୋଟିଏ ବି ଶତକ ହାସଲ କରିପାରି ନ ଥିଲେ ଏବଂ କେବଳ ଗୋଟିଏ ଅର୍ଦ୍ଧଶତକ ହାସଲ କରିଛନ୍ତି। ଡିସେମ୍ବର ୨୦୨୦ରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଶେଷ ଶତକ ସ୍କୋର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri