ପୂରଣ ହେଉନି ଟ୍ୟାପ୍‌ରେ ପାଣି ପାଇବା ସ୍ବପ୍ନ

ଝାରସୁଗୁଡ଼ା,୨୮।୩(ଆଶିଷ ରଞ୍ଜନ ଦାଶ): ପ୍ରତ୍ୟେକ ପରିବାର ନିକଟରେ ୨୦୨୪ ଶେଷ ସୁଦ୍ଧା ଟ୍ୟାପ ଯୋଗେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ସରକାର ଘୋଷଣା କରିଥିଲେ। ଏଥିପାଇଁ ସରକାର ଝାରସୁଗୁଡ଼ା ସହରର ସମସ୍ତ ୱାର୍ଡ ତଥା ବିଭିନ୍ନ ଗ୍ରାମାଞ୍ଚଳରେ ଜଳ ଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନେଇଥିଲେ। ୨୦୨୪ ଶେଷ ହୋଇ ବର୍ତ୍ତମାନ ୨୦୨୫ ମାର୍ଚ୍ଚ ମାସ ଶେଷ ହେବାକୁ ଗଲାଣି। ହେଲେ ଗୋଟିଏ ବି ଜଳ ଯୋଗାଣ ପ୍ରକଳ୍ପ ସହରରେ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇନାହିଁ। ଝାରସୁଗୁଡ଼ା ସହରବାସୀ ଗ୍ରୀଷ୍ମ ଋତୁରେ ପିଇବା ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସହରର ଜନସାଧାରଣ ସରକାରଙ୍କ ଘୋଷଣା ପରେ ଘରେ ଘରେ ଟ୍ୟାପ ପାଣି ପହଞ୍ଚତ୍ବ ଏବଂ ସବୁଦିନ ପାଇଁ ପିଇବା ପାଣିର ଅସୁବିଧାରୁ ମୁକ୍ତି ପାଇବୁ ବୋଲି ସ୍ବପ୍ନ ଦେଖିଥିଲେ। ସ୍ବପ୍ନ କେବେ ସତ ହେବ ତାହା ସମୟ କହିବ। ଅନ୍ୟପକ୍ଷେ ବିଳମ୍ବିତ ହେଲେ ମଧ୍ୟ ଶହ ଶହ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ଜଳ ଯୋଗାଣ ପ୍ରକଳ୍ପଗୁଡିକ ଆଜି ନ ହେଲେ କାଲି କାର୍ଯ୍ୟକ୍ଷମ ହେବ। ବର୍ତ୍ତମାନ ସରକାର ପ୍ରକଳ୍ପଗୁଡିକ ଶୀଘ୍ର ସାରିବା ପାଇଁ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ସବୁଠାରୁ ବଡ଼ କଥା ଖରାଦିନେ ଏହି ପ୍ରକଳ୍ପଗୁଡିକ କାର୍ଯ୍ୟକ୍ଷମ ହେଲେ, ପାଣି ଆସିବ କେଉଁଠୁ। ଇବ ଓ ଭେଡେନ ନଦୀ ଫେବୃଆରୀରୁ ଶୁଖିଲା ପଡିଛି। ଯେଉଁ ଟିକେ ପାଣି ଧାରା ବୋହୁଛି ତାହା କମ୍ପାନୀ ନେଇଯାଉଛି। ଭୁପୃଷ୍ଟ ଜଳସ୍ତର ଦିନକୁ ଦିନ ନିମ୍ନଗାମୀ ହେଉଛି। ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ଯେ ଜଳ ଯୋଗାଣ ବିଭାଗ ତାର ମେଗା ପ୍ରକଳ୍ପ ପାଇଁ ପାଣି କେଉଁଠୁ ଆଣିବ। ଝାରସୁଗୁଡ଼ା ଜିଲାର ବିଭିନ୍ନ ଗ୍ରାମରେ ନିର୍ମାଣ କରାଯାଇଥିବା ଜଳ ଯୋଗାଣ ପ୍ରକଳ୍ପ ଗୁଡିକ କେଉଁଠି ବନ୍ଦ ପଡିଛି ତ କେଉଁଠି ଅଧା ଚଳୁଛି। ଜିଲାରେ ଜଳ ଯୋଗାଣ ବିଭାଗ ଏବଂ ୱାଟକୋ ବିଭାଗରେ ଖର୍ଚ୍ଚ ହେଉଥିବା ଶହ ଶହ କୋଟି ଟଙ୍କା ପ୍ରକୃତରେ ଲୋକଙ୍କ କାମକୁ ଆସିବ ନା ନାହିଁ ଏବଂ ଝାରସୁଗୁଡ଼ା ଜନସାଧାରଣ କେତେ ଦିନ ଆଉ ଏପରି ଜଳକଷ୍ଟ ଭୋଗ କରିବେ ତାହା ଝାରସୁଗୁଡ଼ାବାସୀଙ୍କ ମନରେ ସନ୍ଦେହ ପ୍ରକାଶ କରିଛି। ଏ ସମ୍ପର୍କରେ ଝାରସୁଗୁଡ଼ା ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଶିବାଶିଷ ଦାଶଙ୍କୁ ପଚରାଯିବାରୁ ସେ କହିଥିଲେ ଯେ ଝାରସୁଗୁଡ଼ା ଜିଲାର ବିଭିନ୍ନ ଗ୍ରାମଗୁଡିକରେ ବିଭିନ୍ନ ଠିକା ସଂସ୍ଥା ରାସ୍ତାଗୁଡିକ କଂକ୍ରିଟ ଫଟାଇ ଦେଇଥିବାରୁ ଜଳ ଯୋଗାଣରେ ଅସୁବିଧା ହେଉଛି। ଯେଉଁ ପ୍ରକଳ୍ପଗୁଡିକ ଅଧା ଚାଲୁଛି ତାହା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ କରିବା ପାଇଁ ପ୍ରୟାସ କରାଯାଉଛି। ୱାଟକୋର ଜିଏମ୍‌ ସୁବ୍ରତ କୁମାର ନାୟକଙ୍କୁ ଯୋଗାଯୋଗ କରିବାରୁ ସେ ଫୋନ ରିସିଭ କରି ନ ଥିବାରୁ ତାଙ୍କ ମତାମତ ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri