ଖଇରାବାସୀଙ୍କ ଅଦାଲତ ସ୍ବପ୍ନ ମଉଳିଗଲାଣି

ଖଇରା,୯।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଦେୱାନୀ ଓ ଫୌଜଦାରୀ କୋର୍ଟ ଖୋଲିବା ଲାଗି ନିର୍ଦ୍ଦେଶନାମାର ଦେଢବର୍ଷ ବିତିଯିବାକୁ ବସିଥିବା ବେଳେ କୋର୍ଟ କାର୍ଯ୍ୟକ୍ଷମ ହୋଇପାରିଲାନି। ଏଭଳି ଅସ୍ଥାୟୀ କୋର୍ଟ ପାଇଁ ଖଇରା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବାର ୧ବର୍ଷରୁ ଊର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇସାରିଥିବା ବେଳେ କୋର୍ଟ ଖୋଲିବାର ଗନ୍ଧ ବାସନା ମିଳୁନି। ଏବେ ଏଭଳି ଅନିଶ୍ଚିତତା ମଧ୍ୟରେ କୋର୍ଟ ଖୋଲିବା ସ୍ବପ୍ନ ମଉଳିବାକୁ ଆରମ୍ଭ କଲାଣି। ଏଥିପାଇଁ ଖଇରାବାସୀ ରାଜନୈତିକ ନେତୃବୃନ୍ଦଙ୍କ ଇଛାଶକ୍ତି, ଜିଲା ପ୍ରଶାସନର ଅବହେଳାକୁ ଦାୟୀ କରିଛନ୍ତି। ଯଦି ସାଧାରଣ ନିର୍ବାଚନ ପୂର୍ବରୁ କୋର୍ଟ ଖୋଲିବାର ବ୍ୟବସ୍ଥା କରା ନ ଯାଏ ତେବେ ଏହି ପ୍ରସଙ୍ଗ ନେତାଙ୍କ ହାରଜିତ୍‌କୁ ପ୍ରଭାବିତ କରିବାର ଯଥେଷ୍ଟ ସମ୍ଭାବନା ରହିଛି।
ଖଇରାବାସୀଙ୍କ ବାରମ୍ବାର ଦାବି ଓ ଆନ୍ଦୋଳନ ପରେ ୨୦୨୨ ସେପ୍ଟେମ୍ବର ୨୪ତାରିଖରେ ଓଡିଶାର ୩୪ଟି ସ୍ଥାନରେ କୋର୍ଟ ଖୋଲିବା ପାଇଁ ଜାଗା ନିରୂପଣ ଓ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ହାଇକୋର୍ଟଙ୍କ ଦ୍ୱାରା ବିଭିନ୍ନ ଜିଲାର ଜିଲା ଓ ସେସନ୍ସ ବିଚାରପତିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିମଧ୍ୟରେ ଖଇରାର ନାମ ଅନ୍ତର୍ଭୁକ୍ତ ଥିଲା। ସ୍ଥାୟୀ ଜାଗା ନିରୂପଣ ହେବା ପର୍ଯ୍ୟନ୍ତ ଅସ୍ଥାୟୀ ଭାବେ ଖଇରା ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ କୋର୍ଟ ଚଳାଇବାକୁ ଜିଲା ବିଚାରପତିଙ୍କ ନେତୃତ୍ୱରେ ଏକ ଟିମ୍‌ ଖଇରା ପରିଦର୍ଶନରେ ଆସି ନିର୍ଦ୍ଦେଶ ଦେଇଥିଲେ। ତତ୍କାଳୀନ ବିଡିଓ ପର୍ଶୁରାମ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଯୁଦ୍ଧକାଳୀନ ଭିତ୍ତିରେ କାଟଗଡା, ବନ୍ଦୀଗୃହ, କୋର୍ଟ ପରିସର ଆଦି ନିର୍ମାଣ କରାଯାଇଥିଲା। ହେଲେ ୨୦୨୩ ଫେବୃଆରୀ ୨୭ରୁ ଏହି ଅସ୍ଥାୟୀ କୋର୍ଟ ଅଧିକାରୀଙ୍କ ଉନ୍ମୋଚନକୁ ଅପେକ୍ଷା କରି ରହିଥିଲେ ହେଁ କୋର୍ଟ ଖୋଲାଯିବା ପ୍ରକ୍ରିୟା ଅନିଶ୍ଚିତତା ଦେଇ ଗତି କରୁଛି। ଖଇରା ଲୋକେ ପୂର୍ବଭଳି ଖର୍ଚ୍ଚାନ୍ତ ହୋଇ ସୋର ଓ ବାଲେଶ୍ୱର ଦୌଡି ନୟାନ୍ତ ହେଉଛନ୍ତି। ଖୁବ୍‌ଶୀଘ୍ର ଆଗାମୀ କାର୍ଯପନ୍ଥା ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ସାମାଜିକ କର୍ମୀ ଅଭିରାମ ମହାପାତ୍ର, ଗଦାଧର ବାରିକ ଓ ଶଙ୍କର୍ଷଣ ପରିଡା ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?