ପୂରଣ ହେବ ରାମିଆଳ ସେତୁ ସ୍ବପ୍ନ

ଭୁବନ, ୨୫।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଦେଇ ପ୍ରବାହିତ ରାମିଆଳ ନଦୀ ଉପରେ ନିର୍ମାଣ ହେବ ସେତୁ। ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଶୁକ୍ରବାର ଏହାର ଭୂମିପୂଜନ କରିଛନ୍ତି। ୧୧ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ୧୦୧ ମିଟର ଦୀର୍ଘ ଏହି ବ୍ରିଜ୍‌କୁ ୧୬ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ସେତୁ ନିର୍ମାଣ ହେଲେ ମାର୍ଥାପୁରଠାରୁ ଯମୁନାକୋଟକୁ ଗମନାଗମନ ସୁଗମ ହେବ। ଭୁବନ ବ୍ଲକର ୬ ଏବଂ କାମାକ୍ଷନଗର ବ୍ଲକ ଅଧୀନ ୫ ପଞ୍ଚାୟତର ଲକ୍ଷାଧିକ ଜନସାଧାରଣ ଉପକୃତ ହେବେ। ଅଞ୍ଚଳର ଆର୍ଥିକ, ସାମାଜିକ ବିକାଶରେ ଏହି ବ୍ରିଜ୍‌ ମାଇଲ୍‌ଖୁଣ୍ଟ ସାଜିବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ପ୍ରତିବର୍ଷ ବର୍ଷାଦିନେ ରାମିଆଳ ନଦୀରେ ବଢ଼ି ଆସୁଛି। ନଦୀକୂଳିଆ ଅଞ୍ଚଳବାସୀ ଏହାଦ୍ୱାରା ପ୍ରଭାବିତ ହେଉଥିବାବେଳେ ଉଭୟ ପାର୍ଶ୍ୱକୁ ଯାତାୟାତ ପ୍ରଭାବିତ ହେଉଛି। ଅନ୍ୟଦିନରେ ନଦୀ ପ୍ରାୟତଃ ଶୁଖିଲା ପଡୁଥିବାବେଳେ ଲୋକମାନେ ନଦୀ ଶଯ୍ୟାରେ ଗୋଟିଏ ପାର୍ଶ୍ୱରୁ ଅନ୍ୟ ପାର୍ଶ୍ୱକୁ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ତେଣୁ ଯମୁନାକୋଟ-ମାର୍ଥାପୁର ମଧ୍ୟରେ ସୁରକ୍ଷିତ ଗମନାଗମନ ପାଇଁ ଏହି ସେତୁ ଜରୁରୀ ହୋଇପଡ଼ିଥିଲା। ଲୋକମାନଙ୍କ ଦୀର୍ଘଦିନର ସ୍ବପ୍ନ ବାସ୍ତବ ରୂପ ନେବାକୁ ଯାଉଥିବାବେଳେ ଏହାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ଭୂମିପୂଜନ କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, କାମାକ୍ଷନଗର ନିର୍ବାହୀ ଯନ୍ତ୍ରୀ ପ୍ରତାପ ହରିପାଲ, ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ଉପାଧ୍ୟକ୍ଷା ସୁଭଦ୍ରା ପାତ୍ର, ପୂର୍ବତନ ଉପାଧ୍ୟକ୍ଷ ଅଭିମନ୍ୟୁ ମିଶ୍ର, ସରପଞ୍ଚ ଖୁଲଣା ରାଉତ, ସଞ୍ଜୟ ଦାସଙ୍କ ସମେତ ଅଞ୍ଚଳର ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri