ଜଳିଗଲା ଡ୍ରେସ ଦୋକାନ

ବ୍ରହ୍ମପୁର,୧୦ା୭(ସୁବାସ ଚନ୍ଦ୍ର ପାଢ଼ୀ): ବଡବଜାର ଥାନା ଅନ୍ତର୍ଗତ ଏକ ଡ୍ରେସ ଦୋକାନରେ ରବିବାର ବିଳମ୍ବିତ ରାତିରେ ଶର୍ଟ ସର୍କିଟରୁ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଭାରତ ସାଇକେଲ ମାର୍ଟ ନିକଟ ପାଇକବାଡ଼ି ସାହିରେ ଥିବା ଶ୍ରୀସାଇ ଗାର୍ମେଣ୍ଟସ ଜଳିଯାଇଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଉକ୍ତ ଦୋକାନରେ ଥିବା ବିଭିନ୍ନ ନାମିଦାମୀ କମ୍ପାନୀର ପ୍ରାୟ ୨୦ରୁ ୨୫ ଲକ୍ଷ ଟଙ୍କାର ଡ୍ରେସ ପୋଡ଼ି ପାଉଁଶ ହୋଇଯାଇଛି। ଶର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି ବୋଲି ସହକାରୀ ଅଗ୍ନିଶମ ଅଧିକାରୀ ସନ୍ତୋଷ ପାଣିଗ୍ରାହୀ କହିଛନ୍ତି।
ରବିବାର ରାତିରେ ମାଲିକ ଦୋକାନ ବନ୍ଦ କରି ଘରକୁ ଚାଲିଯାଇଥିଲେ। ମଧ୍ୟରାତିରେ ସେହି ରାସ୍ତା ଦେଇ ଯାଉଥିବା କେତେଜଣ ଲୋକ ଉକ୍ତ ଦୋକାନରୁ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବିଭାଗ ଓ ଦୋକାନ ମାଲିକଙ୍କୁ ଖବର କରିଥିଲେ। ବହୁ ସମୟ ଅଗ୍ନିଶମ ବିଭାଗର ଆଗ୍ନିକମାନେ ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲେ। ସେତେବେଳକୁ ଉକ୍ତ ଦୋକାନରେ ଥିବା ଅଧିକାଂଶ ଡ୍ରେସ ଜଳିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ମୋହନ ସରକାରଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ୨ଟି ପିଲା ଥିଲେ…

ଭୋପାଳ,୧୦।୬: ସରକାରୀ କର୍ମଚାରୀ ଏବଂ ଚାକିରି ଆଶାୟୀମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି: ସେମାନେ ଆଉ “ଦୁଇ ସନ୍ତାନ” ନିୟମର ଅଧୀନରେ ରହିବେ ନାହିଁ। ମଧ୍ୟପ୍ରଦେଶ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି।…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri